୨୫ ଦିନ ହେଲା ଧାରଣାରେ ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର,୧୧।୮(ଅନୁରାଧା ମହାରଣା) – ଓଡିଶାର ସମସ୍ତ ବେସରକାରୀ ଅନୁଦାନ ଓ ଅଣଅନୁଦାନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ତଥା ସଂସ୍କୃତ ଅନୁଷ୍ଠାନର ପରିଚାଳନା କମିଟି ଦ୍ୱାରା ୨୦୦୮ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନେ ପ୍ରାୟ ୨୫ ଦିନ ହେଲାଣି ଗାନ୍ଧୀମାର୍ଗରେ ଅହୋରାତ୍ର ଧାରଣାରେ ବସିଛନ୍ତି। ସରକାରୀ ଅନୁଦାନ ଦାବି ନେଇ ଦୁଇଥର ମହାସମାବେଶ ଆୟୋଜନ ହୋଇଥିଲେ ମଧ୍ୟ ସରକାରୀ ସ୍ତରରୁ କୌଣସି ସୁଫଳ ମିଳିନାହିଁ। ଦୀର୍ଘବର୍ଷ ଧରି ନିରବଚ୍ଛିନ୍ନ ଭାବେ ନିଷ୍ଠାର ସହ ଅକ୍ଲାନ୍ତପରିଶ୍ରମ କରି ଶିକ୍ଷାପ୍ରଦାନ କରି ଆସୁଥିଲେ ମଧ୍ୟ ସରକାରୀ ଅନୁଦାନରୁ ସେମାନେ ବଞ୍ଚତ୍ତ ହୋଇଛନ୍ତି। ସରକାର ବାରମ୍ବାର ଦେଇ ଆସୁଥିବା ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ ହେଉଛି ବୋଲି ଆନ୍ଦୋଳନକାରୀମାନେ କ୍ଷୋଭର ସହ କହିଛନ୍ତି। ଗତ ଜୁନ୍‌ ୨୪ରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୂତନ ଅନୁଦାନ ନୀତିର ପ୍ରକ୍ରିୟାକରଣ ପାଇଁ ଚିଠି ପ୍ରକାଶ ପାଇଥିଲା। ମାତ୍ର ୨୮ ତାରିଖରେ ମନ୍ତ୍ରୀସ୍ତରୀୟ କମିଟିରେ ବିଚାରଧୀନ ରହିଛି ଦର୍ଶାଇ ଉକ୍ତ ଚିଠିଟିକୁ ପ୍ରତ୍ୟାହାର କରିନିଆଯାଇଛି। ଇତିମଧ୍ୟରେ ମନ୍ତ୍ରୀସ୍ତରୀୟ କମିଟି ୪ଥର ବସିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାରୁ ସଂଘ ଜୁଲାଇ ୧୮ରୁ ଗାନ୍ଧୀମାର୍ଗରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନକୁ ଓହ୍ଲାଇଛି। ମାତ୍ର ପ୍ରତିନିଧି ମଣ୍ଡଳୀ ସହିତ ଆଲୋଚନା ଚାଲିଛି କହି ସରକାର ଚୁପ୍‌ହୋଇ ବସିଛନ୍ତି। ସରକାର ଯଥାଶୀଘ୍ର ଏକମାତ୍ର ସରକାରୀ ଅନୁଦାନ (ଜିଆଇଏ) ଘୋଷଣା କରନ୍ତୁ। ଯଦି ଏଥର କୌଣସି ଟାଳଟୁଳନୀତି ପ୍ରୟୋଗ କରନ୍ତି, ତେବେ ସଂଘ ପକ୍ଷରୁ ଏହାର ଘୋର ପ୍ରତିବାଦ କରାଯିବ ଓ ଯେଉଁ ଅପ୍ରୀତିକର ପରିସ୍ଥତି ସୃଷ୍ଟିହେବ ସେଥିପାଇଁ ସରକାର ଦାୟୀ ରହିବେ ବୋଲି ସଂଘ ସଭାପତି ଡ. ଦେବବିଜୟ ମିଶ୍ର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?