୨୫ ପର୍ଯ୍ୟଟକଙ୍କୁ ଛାଡ଼ି ମଦ୍ୟପ ଡ୍ରାଇଭର ଫେରାର

ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ କୌଣସି ଅଘଟନ ଘଟିଥିବା ଅନୁମାନ କରି ଡ୍ରାଇଭରକୁ ଗୋଡ଼ାଇଥିଲେ ମଧ୍ୟ ଧରିବାରେ ଅସଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ଚେନ୍ନାଇ ମଦୁରାଇ ଅଞ୍ଚଳର କୁବେରନ ଚନ୍ଦ୍ରଙ୍କ ନେତୃତ୍ୱରେ ୮ଜଣ ପୁରୁଷ ଓ ୧୭ ଜଣ ମହିଳା ପର୍ଯ୍ୟଟକ ପୁରୀ, କୋଣାର୍କ, ରାମଚଣ୍ଡୀ, ଚନ୍ଦ୍ରଭାଗା ସହିତ ଆଉ କେତେକ ପର୍ଯ୍ୟଟନସ୍ଥଳୀ ବୁଲି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ଫେରୁଥିଲେ। ଭୁବନେଶ୍ୱରର ଟ୍ରାଭେଲ୍‌ ଏଜେନ୍‌ସିର ଓଡି୩୩ପି-୩୭୦୬ ଗାଡ଼ିର ଡ୍ରାଇଭର ଅତ୍ୟଧିକ ମଦ୍ୟପାନ କରିଥିବାରୁ ଠିକ୍‌ ଭାବରେ ଗାଡ଼ି ଚଳାଇ ପାରି ନ ଥିଲା। ଫଳରେ ଗାଡ଼ିରେ ଥିବା ମହିଳା ପର୍ଯ୍ୟଟକମାନେ ହୋ ହଲ୍ଲା କରିବା ସହ ମଦ୍ୟପ ଡ୍ରାଇଭରକୁ ଗାଡ଼ି ରଖିବାକୁ କହିଥିଲେ। ଫଳରେ ଡ୍ରାଇଭର ଜଣଙ୍କ ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟ ରାସ୍ତାକଡ଼ରେ ଗାଡ଼ି ରଖି ହଠାତ୍‌ ଦୌଡ଼ି ପଳାଇଥିଲେ। ଖବରପାଇ ଗୋପ ଥାନାଧିକାରୀ ସୁଧୀର କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚତ୍ ଗାଡ଼ିର ମାଲିକଙ୍କୁ ଡାକିଥିଲେ। ପ୍ରାୟ ୧ ଘଣ୍ଟା ପରେ ପର୍ଯ୍ୟଟକମାନେ ଘଟଣାସ୍ଥଳରୁ ଭୁବନେଶ୍ୱର ଫେରିଥିବା ଥାନାଧିକାରୀ ସାହୁ ସୂଚନା ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?