୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି ଭୋଗ, ସୂର୍ଯ୍ୟପରାଗ, ନୂଆବର୍ଷ ଓ ମକରସଂକ୍ରାନ୍ତି ନୀତି ସମ୍ପର୍କରେ ଆଲୋଚନା କରାଯାଇ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟପରାଗ। ଏଥିଲାଗି ୨୫ତାରିଖ ରାତି ୮ଟା ୨୦ ମିନିଟରୁ ପାକତ୍ୟାଗ, ଅନ୍ନ ଭୋଜନ, ପାକଦ୍ରବ୍ୟ ଓ ଦେବ ନୀତି ନିଷେଧ ରହିବ। ପରାଗ ସ୍ପର୍ଶ ନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ କୌଣସି ପ୍ରକାର ନୀତି କରାଯିବ ନାହିଁ। ତେଣୁ ଡିସେମ୍ବର ୨୫ ଅର୍ଥାତ୍‌ ବଡ଼ଦିନ ରାତିତମାମ୍‌ ମହାପ୍ରଭୁ ଦର୍ଶନ ଦେବେ ବୋଲି ବୈଠକରେ ଚୂଡ଼ାନ୍ତ ହୋଇଛି।
୨୬ ତାରିଖ ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହେବା ପରେ ଶ୍ରୀମନ୍ଦିରରେ ନୀତି ଆରମ୍ଭ କରାଯିବ। ପ୍ରଥମେ ପରାଗ ମହାସ୍ନାନ କରାଯାଇ ଅନ୍ୟାନ୍ୟ ନୀତି ଚାଲିବ। ଏହିଦିନ ଅମାବାସ୍ୟା ପଡୁଥିବାରୁ ଅମାବାସ୍ୟା ନାରାୟଣ ବିଜେ, ଗୁରୁବାର ମାଜଣା ଓ ଏକାନ୍ତ ଆଦି ନୀତି ମଧ୍ୟ କରାଯିବ। ତେଣୁ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ଲାଗି ବୈଠକରେ ଆଲୋଚନା କରାଯାଇଥିଲା। ଅନ୍ୟପକ୍ଷରେ ଛତିଶା ନିଯୋଗ ବୈଠକ ବିଳମ୍ବରେ ଡକାଯାଇଥିବା ନେଇ କେତେଜଣ ସେବାୟତ ଉଦ୍‌ବେଗ ପ୍ରକାଶ କରିଥିଲେ। ସେହିପରି ପ୍ରାପ୍ୟ ପାଉଣା ବକେୟା ରହିଥିବା କଥା କେତେଜଣ ସେବାୟତ ଉଠାଇଥିଲେ। ଅନ୍ୟପକ୍ଷରେ ନୂଆବର୍ଷରେ ଶ୍ରୀମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ତେଣୁ ଡିସେମ୍ବର ୩୧ ତାରିଖ ରାତି ୧୧ଟା ପୂର୍ବରୁ ପହୁଡ଼ ଏବଂ ରାତି ୨ଟାରେ ଦ୍ୱାର ଫିଟାଇବାକୁ ଆଲୋଚନା ହୋଇଛି। ଏହାବ୍ୟତୀତ ଦେବାଭିଷେକ ପୂର୍ଣ୍ଣିମା ଓ ମକରସଂକ୍ରାନ୍ତି ନୀତି ସଂକ୍ରାନ୍ତରେ ମଧ୍ୟ ଆଲୋଚନା କରାଯାଇ ଚୂଡ଼ାନ୍ତ ହୋଇଛି। ବୈଠକରେ ଜିଲାପାଳ ବଲୱନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ସୁରକ୍ଷା ପ୍ରଶାସକ ଅଜୟ କୁମାର ଜେନାଙ୍କ ସମେତ ବିଭିନ୍ନ ନିଯୋଗ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri