୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି ଭୋଗ, ସୂର୍ଯ୍ୟପରାଗ, ନୂଆବର୍ଷ ଓ ମକରସଂକ୍ରାନ୍ତି ନୀତି ସମ୍ପର୍କରେ ଆଲୋଚନା କରାଯାଇ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟପରାଗ। ଏଥିଲାଗି ୨୫ତାରିଖ ରାତି ୮ଟା ୨୦ ମିନିଟରୁ ପାକତ୍ୟାଗ, ଅନ୍ନ ଭୋଜନ, ପାକଦ୍ରବ୍ୟ ଓ ଦେବ ନୀତି ନିଷେଧ ରହିବ। ପରାଗ ସ୍ପର୍ଶ ନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ କୌଣସି ପ୍ରକାର ନୀତି କରାଯିବ ନାହିଁ। ତେଣୁ ଡିସେମ୍ବର ୨୫ ଅର୍ଥାତ୍‌ ବଡ଼ଦିନ ରାତିତମାମ୍‌ ମହାପ୍ରଭୁ ଦର୍ଶନ ଦେବେ ବୋଲି ବୈଠକରେ ଚୂଡ଼ାନ୍ତ ହୋଇଛି।
୨୬ ତାରିଖ ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହେବା ପରେ ଶ୍ରୀମନ୍ଦିରରେ ନୀତି ଆରମ୍ଭ କରାଯିବ। ପ୍ରଥମେ ପରାଗ ମହାସ୍ନାନ କରାଯାଇ ଅନ୍ୟାନ୍ୟ ନୀତି ଚାଲିବ। ଏହିଦିନ ଅମାବାସ୍ୟା ପଡୁଥିବାରୁ ଅମାବାସ୍ୟା ନାରାୟଣ ବିଜେ, ଗୁରୁବାର ମାଜଣା ଓ ଏକାନ୍ତ ଆଦି ନୀତି ମଧ୍ୟ କରାଯିବ। ତେଣୁ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ଲାଗି ବୈଠକରେ ଆଲୋଚନା କରାଯାଇଥିଲା। ଅନ୍ୟପକ୍ଷରେ ଛତିଶା ନିଯୋଗ ବୈଠକ ବିଳମ୍ବରେ ଡକାଯାଇଥିବା ନେଇ କେତେଜଣ ସେବାୟତ ଉଦ୍‌ବେଗ ପ୍ରକାଶ କରିଥିଲେ। ସେହିପରି ପ୍ରାପ୍ୟ ପାଉଣା ବକେୟା ରହିଥିବା କଥା କେତେଜଣ ସେବାୟତ ଉଠାଇଥିଲେ। ଅନ୍ୟପକ୍ଷରେ ନୂଆବର୍ଷରେ ଶ୍ରୀମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ତେଣୁ ଡିସେମ୍ବର ୩୧ ତାରିଖ ରାତି ୧୧ଟା ପୂର୍ବରୁ ପହୁଡ଼ ଏବଂ ରାତି ୨ଟାରେ ଦ୍ୱାର ଫିଟାଇବାକୁ ଆଲୋଚନା ହୋଇଛି। ଏହାବ୍ୟତୀତ ଦେବାଭିଷେକ ପୂର୍ଣ୍ଣିମା ଓ ମକରସଂକ୍ରାନ୍ତି ନୀତି ସଂକ୍ରାନ୍ତରେ ମଧ୍ୟ ଆଲୋଚନା କରାଯାଇ ଚୂଡ଼ାନ୍ତ ହୋଇଛି। ବୈଠକରେ ଜିଲାପାଳ ବଲୱନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ସୁରକ୍ଷା ପ୍ରଶାସକ ଅଜୟ କୁମାର ଜେନାଙ୍କ ସମେତ ବିଭିନ୍ନ ନିଯୋଗ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri