୨୬୧୩ କୋଟି ନିବେଶ କଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୩୦-୧୨: ଦେଶର ପୁଞ୍ଜି ବଜାରରେ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର୍ସ(ଏଫ୍‌ପିଆଇ) ମାନେ ଡିସେମ୍ବରରେ ୨୬୧୩ କୋଟି ଟଙ୍କାର ନିବେଶ କରିଛନ୍ତି। କର୍ପୋରେଟଗୁଡିକର ଲାଭ ଆଶା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ନିବେଶକମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ଷ୍ଟକ ବଜାର ଡିପୋଜିଟୋରୀ ଡାଟା ମୁତାବକ ପୁଞ୍ଜି ବଜାରରେ ବିଦେଶୀ ନିବେଶକମାନେ ୬,୩୦୧.୯୬ କୋଟି ଟଙ୍କାର ନେଟ ନିବେଶ କରିଛନ୍ତି। ସେହିଭଳି ଡେଟ୍‌ ସେଗମେଣ୍ଟରେ ଏମାନେ ୩,୬୮୮ କୋଟି ଟଙ୍କା କାଢି ନେଇଛନ୍ତି। ଏହାକୁ ବିଚାର କଲେ ମୋଟ ନେଟ ନିବେଶ ୩୬୧୩ କୋଟି ଟଙ୍କା ରହିଛି। ଦେଶରେ ମାନ୍ଦାବସ୍ଥା ଲାଗି ରହିବା ସତ୍ୱେ ବିଦେଶୀ ନିବେଶକମାନେ ପୁଞ୍ଜି ବଜାର ଉପରେ ଭରଷା ଦେଖାଉଥିବା ଜଣାପଡିଛି। ଜାନୁୟାରୀ,ଜୁଲାଇ ଏବଂ ଅଗଷ୍ଟକୁ ବାଦଦେଲେ ଏଫପିଆଇ ଶେୟାର ବଜାରରେ ନିବେଶ ଜାରି ରଖିଛନ୍ତି। ଏହି ସମୟରେ ବିଦେଶୀ ନିବେଶକମାନେ ଇକ୍ୱିଟି ଏବଂ ଡେଟ୍‌ ସେଗମେଣ୍ଟରେ ମୋଟ ୭୩,୨୭୬ କୋଟି ଟଙ୍କା ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri