୨୬ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପଟେ ଚାଷ କାର୍ଯ୍ୟରେ ହେଉଥିବା ଖର୍ଚ୍ଚ ସେମାନଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ମିଳୁ ନ ଥିବାରୁ ଚାଷ ପ୍ରତି ଆଉ ଚାଷୀମାନେ ଆଗ୍ରହ ଦେଖାଉ ନାହାନ୍ତି। ଜମି ପଡିଆ ପଡୁଛି ପଛେ ବିଲକୁ ହଳ ଯାଉନି। ଅନ୍ୟପକ୍ଷରେ ଚଳିତ ବର୍ଷ ଦେବାଳିଆ ମୌସୁମୀ ଧାନ ଚାଷକୁ ବହୁଳ ଭାବେ ପ୍ରଭାବିତ କରିବା ନେଇ ଆଶଙ୍କା ଦେଖାଦେଇଛି। ଚଳିତ ବର୍ଷ ୨୨ ହଜାର ହେକ୍ଟର ଜମିରେ ଆଉ ଧାନ ଚାଷ ହେବ ନାହିଁ ବୋଲି ରାଜ୍ୟ ସରକାର ମଧ୍ୟ ଆକଳନ କରିଛନ୍ତି। କୃଷି ନିର୍ଦ୍ଦେଶାଳୟରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ୨୦୧୮ରେ ୩୬ ଲକ୍ଷ ୭୨ ହଜାର ହେକ୍ଟର ଜମିରେ ଧାନ ଚାଷ ହୋଇଥିଲା। ସ୍ବଳ୍ପ ବୃଷ୍ଟି ଯୋଗୁ ୩୬ ଲକ୍ଷ ୫୦ ହଜାର ହେକ୍ଟରକୁ ଧାନ ଚାଷ ହ୍ରାସ ହେବ ବୋଲି ଆକଳନ କରାଯାଇଛି। ଫଳରେ ୨୬ଟି ଜିଲାରେ ସଙ୍ଗିନ ସ୍ଥିତି ସୃଷ୍ଟି ହୋଇଛି।
ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ଧୋକା ଦେବାର ଆଶଙ୍କା ରହିଛି। ରାଜ୍ୟରେ ସ୍ବାଭାବିକଠାରୁ କମ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି। ରାଜ୍ୟକୁ ମୌସୁମୀ ବର୍ଷା ସ୍ବାଭାବିକ ସମୟ(ଜୁନ୍‌ ୧୦) ପରିବର୍ତ୍ତେ ୧୧ ଦିନ ବିଳମ୍ବ ଅର୍ଥାତ ଜୁନ୍‌ ୨୧ ତାରିଖରେ ପ୍ରବେଶ କରିଛି। ଦୁଇଦିନ କିଛି ପରିମାଣର ବର୍ଷା ହେବା ପରେ ପୁଣି ଉଭାନ ହୋଇଯାଇଛି। ଜୁନ୍‌ ପହିଲାରୁ ଧାନ ଚାଷ ପାଇଁ ଯେତିକି ବର୍ଷା ଦରକାର ତାହା ହୋଇ ନାହିଁ। ଅନେକ ଜମି ଏବେ ବି ପଡିଆ ରହିଛି। ରାଜ୍ୟରେ ୩୬ ଲକ୍ଷ ୫୦ ହଜାର ହେକ୍ଟରରୁ ଏ ପର୍ଯ୍ୟନ୍ତ ମାତ୍ର ୫ ଲକ୍ଷ ୧୬ ହଜାର ହେକ୍ଟରରେ ଧାନ ବୁଣା ହୋଇଥିବା ସରକାରୀ ଭାବେ କୁହାଯାଇଛି। ଆବଶ୍ୟକ ବର୍ଷା ନ ହେବାରୁ ବେଳକୁ ବେଳ ପରିସ୍ଥିତି ସଙ୍ଗିନ ହେବାକୁ ଯାଉଛି। ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୩୫ ପ୍ରତିଶତ କମ୍‌ ବର୍ଷା ହୋଇଛି। କେବଳ ୪ଟି ଜିଲାକୁ ବାଦ୍‌ ଦେଲେ ୧୮ଟି ଜିଲାରେ ସ୍ବାଭାବିକ ଠାରୁ କମ ବର୍ଷା ହୋଇଥିବା ବେଳେ ୮ଟି ଜିଲାରେ ଅତି ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି। କୋରାପୁଟ ଜିଲାରେ ଏହି ସମୟରେ ସ୍ବାଭାବିକ ଭାବେ ୧୯୯ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୧୯୫.୪ ମିଲିମିଟର । ସେହିପରି ଯାଜପୁର ଜିଲାରେ ୨୩୦.୬ ସ୍ଥାନରେ ୨୨୯, ନବରଙ୍ଗପୁର ଜିଲାରେ ୨୪୩.୪ ଜାଗାରେ ହୋଇଛି ୨୧୧.୯ ଏବଂ ପୁରୀ ଜିଲାରେ ୧୫୧.୩ ସ୍ଥାନରେ ୧୮୧.୭ ମିଲିମିଟର ବର୍ଷା ହୋଇଛି। ରାୟଗଡା ଜିଲାରେ ୧୮୮.୮ ସ୍ଥାନରେ ୭୩.୧, ଗଜପତି ଜିଲାରେ ୧୯୩ ସ୍ଥାନରେ ୬୮.୮ ମିଲିମିଟର ବର୍ଷା ହୋଇଛି। ଏହି ଦୁଇଟି ଜିଲାରେ ପରିସ୍ଥିତି ଅତ୍ୟନ୍ତ ସଙ୍ଗିନ ହୋଇଛି। ସେହିପରି ନୂଆପଡା, ବାଲେଶ୍ୱର, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୟାଗଡ ଏବଂ ସୁନ୍ଦରଗଡ ଜିଲାରେ ଅନାବୃଷ୍ଟି ଅବସ୍ଥା ସୃଷ୍ଟି ହୋଇଛି।
କୃଷି ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ୨୦୦୯ରେ ଚାଷୋପଯୋଗୀ ଜମି ଥିଲା ୬୧.୮୦ ଲକ୍ଷ ହେକ୍ଟର । ୨୦୧୮-୧୯ ରେ ରାଜ୍ୟର ୩୦ ଜିଲାରେ ୮୪୮ ହେକ୍ଟର ଚାଷ ଜମି ପଡିଆ ପଡିଛି। ପୁରୀ ଜିଲାରେ ସର୍ବାଧିକ ୭୫ ହେକ୍ଟର ଜମି ପଡି ରହିଥିବା ବେଳେ ମୟୂରଭଞ୍ଜରେ ୭୧, ବାଲେଶ୍ୱରରେ ୫୬, ଗଞ୍ଜାମରେ ୫୯, କୋରାପୁଟରେ ୫୧, କେନ୍ଦୁଝରରେ ୫୪ ହେକ୍ଟର ଜମି ଚାଷ ନ ହୋଇ ପଡିରହିଛି। ସେହିପରି ଅନ୍ୟାନ୍ୟ ଜିଲାରେ ମଧ୍ୟ ଅଳ୍ପ ବହୁତ ଚାଷ ଜମି ପଡିଆ ପଡିଛି। ମଜୁରି ବୃଦ୍ଧି ଏବଂ କୃଷି ଶ୍ରମିକ ମିଳୁ ନ ଥିବାରୁ ଚାଷ ବେଳକୁ ବେଳ ମହଙ୍ଗା ହେବାରେ ଲାଗିଛି। ବର୍ଷତମାମ ହାଡଭଙ୍ଗା ପରିଶ୍ରମ କରି ମଧ୍ୟ ଚାଷୀ ଉତ୍ପାଦିତ ମୂଲ୍ୟ ପାଇପାରୁନାହାନ୍ତି। ଧାନର ସହାୟକ ମୂଲ୍ୟ ଠାରୁ ଧାନ କୁଇଣ୍ଟାଲ ପିଛା ଦୁଇଗୁଣା ଖର୍ଚ୍ଚ ହେଉଛି। ମିଳିଥିବା ସୂଚନା ଅନୁଯାୟୀ ୨୦୦୪-୦୫ରେ ଧାନ ଉତ୍ପାଦନ ପାଇଁ ହେକ୍ଟର ପିଛା ୭୨୯୫ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ୨୦୧୧-୧୨ରେ ଏହା ୧୪,୪୩୯ ଟଙ୍କାକୁ ବୃଦ୍ଧି ପାଇଛି। ନିଅଣ୍ଟିଆ ବର୍ଷା ଏବଂ ମଜୁରି ବୃଦ୍ଧି ଯୋଗୁ ଚାଷୀମାନେ ବେଳକୁ ବେଳ ଅଣନିଃଶ୍ୱାସୀ ହୋଇ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri