୨୬ ନଂ. ଜାତୀୟ ରାଜପଥରେ ଅଟକୁଥିବା ଗାଡ଼ିରୁ ତେଲ ଚୋରି: ପୋଲିସ ପ୍ରଶାସନର ନିଷ୍କ୍ରିୟତା, ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ

ପଟ୍ଟାଙ୍ଗୀ,୨୩।୮(ଡି.ଏନ୍‌.ଏ.): କୋରାପୁଟ ଜିଲା ତଥା ଆନ୍ଧ୍ର ସୀମାନ୍ତ ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥରେ ଯାତାୟାତ କରୁଥିବା ସମସ୍ତ ଛୋଟ ବଡ଼ ଗାଡ଼ିରୁ ବିଳମ୍ବିତ ରାତିରେ ତେଲ ଚୋରି ହେଉଛି। ଏ ନେଇ ସ୍ଥାନୀୟ ପୋଲିସ ସମ୍ପୂର୍ଣ୍ଣ ନିଷ୍କ୍ରିୟ ରହିଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି ଅସାମାଜିକ ବ୍ୟକ୍ତି। ଉକ୍ତ ବ୍ଲକର ଭାରତୀୟ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ପୁନର୍ବାର ଏଭଳି ଏକ ଘଟଣା ଘଟିଥିବା ନେଇ ଅଭିଯୋଗ ହୋଇଛି ।
ସୂଚନା ଅନୁଯାୟୀ, ଛତିଶଗଡ଼ ରାୟପୁରଠାରୁ ବିଶାଖାପାଟଣା ଅଭିମୁଖେ ଯାଉଥିବା ଚାଉଳ ବୋଝେଇ ଟ୍ରକ୍‌(ସିଜି୦୪/ଏମ୍‌ବି-୬୪୬୬) ବିଳମ୍ବିତ ରାତିରେ ପଟ୍ଟାଙ୍ଗୀ ବ୍ଲକ ଦେଇ ଯାଉଥିବା ସମୟରେ କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ଉପରୋକ୍ତ ବ୍ୟାଙ୍କ ନିକଟରେ ଅଟକି ରହିଥଲ। ପରେ ଟ୍ରକ୍‌ ଡ୍ରାଇଭର ଓ ହେଲ୍‌ପର ଗାଡ଼ିଭିତରେ ଶୋଇପଡ଼ିଥିଲେ। ସକାଳୁ ତେଲ ଟ୍ୟାଙ୍କିରେ ଲାଗିଥିବା ପାଇପ୍‌ ଓ କିଛି ନଟ୍‌ବୋଲ୍‌ଟ ତଳେ ପଡି ରହିଥିବା ସହ ଟ୍ରକ୍‌ରେ ସମସ୍ତ ଡିଜେଲ ଚୋରି ହୋଇଥିବା ଜାଣି ପୋଲିସ ନିକଟରେ ଡ୍ରାଇଭର ଅସିତ କୁମାର ପଣ୍ଡା ଲିଖିତ ଅଭିଯୋଗ କରିଥିବା କହିଥିଲେ । ଟ୍ରକ୍‌ ତେଲ ଟ୍ୟାଙ୍କିରୁ ପ୍ରାୟ ୩ଶହ ଲିଟର ଡିଜେଲ ଚୋରି ହୋଇଯାଇଥିଲ। ଏହାର ଆନୁମାନିକ ମୂଲ୍ୟ ୨୧,୬୦୦ଟଙ୍କାର ହେବ ବୋଲି ସେ କହିଛନ୍ତି।
ବିଗତ ଦିନରେ ଅନେକ ଥର ଏହିପରି ଚୋରି ହେଉଥିଲେ ମଧ୍ୟ ପୋଲିସ ପ୍ରଶାସନ ଉପରେ କୌଣସି ଫରକ ପଡୁ ନ ଥିବା ନେଇ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri