୨୭ରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା: ଯୋଗଦେବେ ୩ ହଜାରରୁ ଉର୍ଦ୍ଧ୍ୱ ଚାଷୀ

ବାଲେଶ୍ୱର ଅଫିସ, ୧୫।୨-ଆସନ୍ତା ୨୭ ଓ ୨୮ ତାରିଖରେ ବାଲେଶ୍ୱରରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ ହେବ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗଦେଇ ଏହି ଜାତୀୟ କର୍ମଶାଳାର ରୂପରେଖ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।
ନୋସି ବିଜିନେସ ପାର୍କ ପରିସରରେ ଏହି କର୍ମଶାଳା ଆୟୋଜନ କରାଯିବା ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି ା କର୍ମଶାଳାରେ ରାଜ୍ୟ ତଥା ରାଜ୍ୟ ବାହାରୁ ୩ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟ ଚାଷୀଙ୍କ ସମେତ ବହୁ ବୈଜ୍ଞାନିକ, ବିଶେଷଜ୍ଞ ଓ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମତ୍ସ୍ୟ ଚାଷ ସମ୍ପର୍କିତ ଉନ୍ନତ ଜ୍ଞାନକୌଶଳ ଓ ଏବଂ ଅଳ୍ପ ଜମିରୁ କିପରି ଅଧିକ ଆୟ କରାଯାଇପାରିବ। ସେ ସମ୍ପର୍କରେ ଚାଷୀଙ୍କୁ ଅବଗତ କରିବା କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ହୋଇଥିବା ବେଳେ ଏହାର ଆୟୋଜନ ଓ ସୁପରିଚାଳନା ନିମନ୍ତେ ବିଭିନ୍ନ ଟିମ୍‌ ଗଠନ କରାଯାଇ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଉଭୟ ମଧୁର ଜଳ ଏବଂ ଲୁଣି ଜଳରେ ଉନ୍ନତ ପ୍ରଣାଳୀରେ କିଭଳି ମାଛ ଚାଷ କରାଯାଇପାରିବ ସେ ବାବଦରେ ବିଶେଷଜ୍ଞମାନେ ଏହି ଦୁଇଦିନିଆ କର୍ମଶାଳାରେ ବିସ୍ତୃତ ସୂଚନା ପ୍ରଦାନ କରିବେ। ସେହିଭଳି ମତ୍ସ୍ୟ ଚାଷୀମାନଙ୍କୁ ଏହି ଅବସରରେ କିଶାନ କ୍ରେଡ଼ିଟ୍‌ କାର୍ଡ଼ ପ୍ରଦାନ ନିମନ୍ତେ ଗୃହରେ ପ୍ରସ୍ତାବ ଦିଆଯାଇଥିଲା। ବାଲେଶ୍ୱର ଭଳି ଉପକୂଳବର୍ତ୍ତୀ ଜିଲାରେ ମତ୍ସ୍ୟ ଚାଷ ନିମନ୍ତେ ଅମାପ ସୁଯୋଗ ରହିଛି ଏବଂ ଏହା ଦ୍ୱାରା ଜିଲାର ଆର୍ଥିକ ପ୍ରଗତି ହୋଇପାରିବ ବୋଲି ମନ୍ତ୍ରୀ ଷଡ଼ଙ୍ଗୀ ପ୍ରକାଶ କରିଥିଲେ। କର୍ମଶାଳା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲାଗି ମନ୍ତ୍ରୀ ଜୋର୍‌ ଦେଇଥିଲେ। କର୍ମଶାଳାରେ ଚାଷୀଙ୍କ ପଞ୍ଜୀକରଣ, ଅତିଥିଙ୍କ ଅଭ୍ୟର୍ଥନା ଓ ରହିବା ବ୍ୟବସ୍ଥା, ମଞ୍ଚ ପରିଚାଳନା, ଷ୍ଟଲ ପ୍ରସ୍ତୁତି, ସଫଳ ଚାଷୀମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବା, ଚାଷୀମାନଙ୍କ ପାଇଁ ଋଣ ଓ ବଜାର ସୁଯୋଗର ସୃଷ୍ଟି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ବାଲେଶ୍ୱର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ସ୍ବାଗତ ଅଭିଭାଷଣ ରଖିଥିବା ବେଳେ ଭାରତ ସରକାରଙ୍କ ମତ୍ସ୍ୟ ବିଭାଗର ଯୁଗ୍ମ ସଚିବ ସାଗର ମେହେରା, ଏସ୍‌ଟିଏ ଗୁଣମୟ ପାତ୍ର, ଏନଏଫଡ଼ିବି ହାଇଦ୍ରାବାଦର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏବି ପ୍ରକାଶ, ବରିଷ୍ଠ ଅଧିକାରୀ ମାନସ କୁମାର ସିହ୍ନା, ରାଜ୍ୟ ସରକାରଙ୍କ ଅତିରିକ୍ତ ମତ୍ସ୍ୟ ନିର୍ଦ୍ଦେଶକ ଉମେଶ ମହାନ୍ତି, ଡିଡିଏଫ ରବିନାରାୟଣ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri