୨୭୨ ନିର୍ବାଚନ କର୍ମଚାରୀ ମୃତ,୧,୮୭୮ ଅସୁସ୍ଥ

ଜାକର୍ତ୍ତା,୨୯ା୪: ଇଣ୍ଡୋନେସିଆ ନିର୍ବାଚନ ଭୋଟ ଗଣତିବେଳେ କାର୍ଯ୍ୟ ଚାପରେ ୨୭୨ ଜଣଙ୍କ ମୃତ୍ୟୁ ହୋଇଛି। ଏକ ସଙ୍ଗେ ରାଷ୍ଟ୍ରପତି ନିର୍ବାଚନ ସହ ଜାତୀୟ ପାର୍ଲାମେଣ୍ଟ ଓ ଆଞ୍ଚଳିକ ପାର୍ଲାମେଣ୍ଟ ଲାଗି ନିର୍ବାଚନ ହୋଇଥିଲା। ଦୀର୍ଘ ସମୟ ଧରି ଭୋଟ୍‌ ଗଣତିରେ କର୍ମଚାରୀମାନେ କ୍ଲାନ୍ତ ହୋଇପଡିଥିଲେ। ଶନିବାର ରାତି ସୁଦ୍ଧା ୨୭୨ ନିର୍ବାଚନ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ୧,୮୭୮ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ହାତରେ ବହୁ ଘଣ୍ଟାଧରି କୋଟି କୋଟି ବାଲଟ୍‌ପେପର୍‌ ଗଣିବାରୁ ସେମାନେ ଥକିପଡିବା ସହ ଅସୁସ୍ଥ ହୋଇପଡ଼ିଥିଲେ ବୋଲି ଜଣେ ଅଧିକାରୀ ପ୍ରକାଶ କରିଛନ୍ତି।
ଏପ୍ରିଲ ୧୭ ତାରିଖରେ ୨୬ କୋଟି ଲୋକଙ୍କ ପାଇଁ ପ୍ରଥମ ଥର ଲାଗି ଇଣ୍ଡୋନେସିଆର ରାଷ୍ଟ୍ରପତି ନିର୍ବାଚନ, ସଂସଦୀୟ ନିର୍ବାଚନ ଓ ବିଧାନସଭା ନିର୍ବାଚନ ଏକକାଳୀନ ଗୋଟିଏ ଦିନରେ କରାଯାଇଥିଲା। ଅଧିକ ବ୍ୟୟ ରୋକିବା ଲାଗି ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା। ଭୋଟଗ୍ରହଣ ଶାନ୍ତିପୂର୍ଣ୍ଣଭାବେ ଶେଷ ହୋଇଥିଲାବେଳେ ପ୍ରାୟ ୮୦ ପ୍ରତିଶତ ମତଦାନ କରାଯାଇଥିଲା। ପ୍ରାୟ ୧୯.୩ ନିୟୁତ ଭୋଟର ଏଥିରେ ଅଂଶଗ୍ରହଣ କରିଥିଲେ। ନିର୍ବାଚନ କର୍ମଚାରୀମାନେ ଭୋଟ୍‌ଲାଗି ଦୂରଦୂରାନ୍ତକୁ ଯିବା ଓ ଦୀର୍ଘ ସମୟଧରି ବିଶ୍ରାମ ନ ପାଇ ବାଲଟ୍‌ପେପର୍‌ ଗଣିବା ଯୋଗୁଁ ଅସୁସ୍ଥ ହୋଇପଡ଼ିଥିଲେ ବୋଲି ନିର୍ବାଚନ କମିଶନଙ୍କ ମୁଖପାତ୍ର ଆରିଫ ପ୍ରିୟୋ ସୁଶାନ୍ତୋ ପ୍ରକାଶ କରିଛନ୍ତି। ଗତ ୨୩ ତାରିଖରେ ସ୍ବାସ୍ଥ୍ୟମନ୍ତ୍ରୀ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ସମସ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ସର୍କୁଲାର ଜାରି କରିଥିଲେ। ଅର୍ଥ ମନ୍ତ୍ରଣାଳୟ ତରଫରୁ ମୃତ୍ୟୁବରଣ କରିଥିବା ନିର୍ବାଚନ କର୍ମଚାରୀଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବା ଲାଗି ପ୍ରୟାସ କରାଯାଉଥିବା ସୁଶାନ୍ତୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri