୨୭ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୨୭ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖାରବେଳ ଭବନରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ସେ ଏହା କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ୨୭ଟି ପ୍ରକଳ୍ପରେ ମୋଟ ୮୩୯୩ କୋଟି ପୁଞ୍ଜିନିବେଶ କରାଯାଇଥିବା ବେଳେ ୧୨,୧୪୨ଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଜଣାପଡ଼ିଛି।