Posted inଜାତୀୟ

୨୮ତମ ସେନା ମୁଖ୍ୟ ହେଲେ ନରାଓ୍ବଣେ: ନୂଆବର୍ଷରୁ ସିଡିଏସ୍‌ ଭାର ସମ୍ଭାଳିବେ ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ମଙ୍ଗଳବାର ୨୮ତମ ସେନା ମୁଖ୍ୟ ଭାବେ ଲ୍ୟୁଟନାଣ୍ଟ୍‌ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନରାଓ୍ବଣେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ଆସନ୍ତା ୩ ବର୍ଷ ଏହି ପଦବୀରେ କାର୍ଯ୍ୟ କରିବେ। ଏହା ସହିତ ଜେନେରାଲ ବିପିନ୍‌ ରାଓ୍ବତ ସେନାମୁଖ୍ୟ ପଦରୁ ଅବସର ଗ୍ରହଣ କରିଛନ୍ତିି। ରାଓ୍ବତ ନୂଆବର୍ଷ ଅର୍ଥାତ୍‌ ବୁଧବାରଠାରୁ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହି ୪ ତାରକା ବିଶିଷ୍ଟ ପଦବୀରେ ୬୫ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ତେବେ ସିଡିଏସ୍‌ରୁ ଅବସର ନେବା ପରେ ରାଓ୍ବତ ଅନ୍ୟ କୌଣସି ସରକାରୀ ଚାକିରି କରିପାରିବେ ନାହିଁ ଏବଂ ୫ ବର୍ଷ ପର୍ଯ୍ୟନ୍ତ ପ୍ରାଇଭେଟ୍‌ ଚାକିରି କରି ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri