୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ – ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ଅନୁଗୋଳ ଓକିଲ ସଂଘ ସଭାପତି ଜିତେନ୍ଦ୍ର କୁମାର ସାହୁ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ସ୍ଥାନରୁ ଆଇନଜୀବୀ ପ୍ରତିନିଧିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ଆଇନଜୀବୀମାନଙ୍କ କଲ୍ୟାଣପାଣ୍ଠି ବୃଦ୍ଧି, ଆଡଭୋକେଟ ଏକାଡେମୀ ଓ ଆଇନ କମିଶନ କାର୍ଯ୍ୟକ୍ଷମ କରିବା ଲାଗି ବିଭିନ୍ନ ପ୍ରସ୍ତାବ ଏହି ସମ୍ମିଳନୀରେ ଆଗତ କରାଯିବ। ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମକୋର୍ଟର ବିଚାରପତି ଭିନିତ୍‌ ଶରଣ, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ସତ୍ୟେନ୍ଦ୍ର କଳ୍ପେଶ ଝାବେରୀ, ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଦୀପକ ମିଶ୍ର, ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଗୋପାଳ ଗୌଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନମନ୍ତ୍ରୀ ପ୍ରତାପ ଜେନା ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସମ୍ମିଳନୀରୁ ସୂଚନା ମିଳିଛି। ଅନୁଗୋଳ ବାର୍‌ ଆସୋସିଏଶନର ସଭାପତି ସାହୁଙ୍କ ସହ ଉପସଭାପତି ଦିଲୀପ କୁମାର ସାହୁ, ସାଧାରଣ ସମ୍ପାଦକ ହିମାଂଶୁ ଭୂଷଣ ସାମଲ, ସହ ସମ୍ପାଦକ ସୁଶାନ୍ତ ବାରିକ, ସାଂସ୍କୃତିକ ସମ୍ପାଦକ ପ୍ରଶାନ୍ତ ଆଚାର୍ଯ୍ୟ, କୋଷାଧ୍ୟକ୍ଷ ଗୋପାଳ ଅଗ୍ରୱାଲ, ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ଉପସଭାପତି ଭୂପେଶ ଚନ୍ଦ୍ର ପ୍ରଧାନ, କାର୍ଯ୍ୟକାରୀ ସମ୍ପାଦକ ସ୍ବରୂପ ସିଂ, ବରିଷ୍ଠ ସଭ୍ୟ ରାଜକିଶୋର ମହାରଣା, ପ୍ରଦୀପ ଦେବତା, ବିଧୁ ଭୂଷଣ ପଟ୍ଟନାୟକ, ପ୍ରମୋଦ ପ୍ରଧାନ, ରଞ୍ଜନ ମିଶ୍ର, ସରିତା ମିଶ୍ର, ପାର୍ଥ ସାରଥି ପ୍ରଧାନ, ଦିବ୍ୟଦର୍ଶୀ ବଳିୟାରସିଂ, ରାଜା ମହାପାତ୍ର ପ୍ରମୁଖ ସମ୍ମିଳନୀରେ ଉପସ୍ଥିତ ଥିଲେ। ଶନିବାର ପୂର୍ବାହ୍ନରେ ନିଖିଳ ଆଇନଜୀବୀ ସଂଘର କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri