୨୯ରେ ଲଘୁଚାପ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ କିମ୍ବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୯ ତାରିଖ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୩୦ରୁ ୨ ତାରିଖ ଯାଏ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଲଘୁଚାପ ପ୍ରଭାବ ସମ୍ପର୍କରେ ଚିତ୍ର ସ୍ପଷ୍ଟ ହୋଇଯିବ। ତେବେ ଦକ୍ଷିଣ ଓଡ଼ିଶାରେ ବର୍ଷା ସାମାନ୍ୟ କମ ରହିବ ବୋଲି ଅନୁମାନ କରାଯାଇଛି। ମୌସୁମୀ ଆଗମନର ଦୁଇ ଦିନ ପରେ ରାଜ୍ୟରେ ପାଗ ଶୁଖିଲା । ପୁଣି ପ୍ରବଳ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଯାଇଛି। ଏଭଳି ପାଗ ଆସନ୍ତା ୨୮ ତାରିଖ ଯାଏ ଲାଗି ରହିବ। ୨୯ ତାରିଖରେ ପାଗରେ ପରିବର୍ତ୍ତନ ହେବ। ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହେବା ସହ ଲଗାତର ୪ ଦିନ ବର୍ଷା ଲାଗି ରହିବ। ଆସନ୍ତା ୪ ଦିନ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, ଗଜପତି ଏବଂ ନୂଆପଡା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri