୨୯ ମିଡିଆ କର୍ମୀ କରୋନା ପଜିଟିଭ୍‌

ନଏଡା,୨୦ା୫: କରୋନା ଭୂତାଣୁ ଆତଙ୍କ ଲାଗିରହିଥିବା ବେଳେ ନଏଡାରେ ୩୧ ନୂଆ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୨୯ ଜଣ ଏକ ଘରୋଇ ଟିଭି ନ୍ୟୁଜ୍‌ ଚାନେଲ୍‌ର କର୍ମୀ ବୋଲି ଜଣାପଡ଼ିଛି। ଏକ ଘରୋଇ ଲାବ୍‌ରେ ସାମ୍ପଲ ଟେଷ୍ଟ ପରେ ଏହି ଘଟଣା ପଦାକୁ ଆସିଛି। ପଜିଟିଭ୍‌ ବାହାରିଥିବା ବ୍ୟକ୍ତିମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଏଥିସହ ଗ୍ରେଟର ନଏଡାର ଦୁଇ ବଡ଼ ମୋବାଇଲ କମ୍ପାନୀର ୧୧ କର୍ମଚାରୀ ମଧ୍ୟ କରୋନା ଭୂତାଣୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଗୌତମବୁଦ୍ଧ ନଗର ଜିଲା ପ୍ରଶାସନ ପକ୍ଷରୁ ଏଭଳି ତଥ୍ୟ ପ୍ରଦାନ କରାଯାଇଛି। ନ୍ୟୁଜ୍‌ ଚାନେଲ ବିଲ୍ଡିଂକୁ ସିଲ୍‌ କରାଯାଇଛି। ମିଡିଆ କର୍ମୀଙ୍କ ମଧ୍ୟରେ ଦିଲ୍ଲୀର ୧୩ ଓ ନଏଡାର ୧୬ ଜଣ ପଜିଟିଭ୍‌ ଥିବା ପ୍ରକାଶ। ଏଠାରେ ସୂଚନାଯୋଗ୍ୟ ଯେ, ଅଦ୍ୟାବଧି ନଏଡାରେ କରୋନା ରୋଗୀଙ୍କ ସଂଖ୍ୟା ୨୮୬ରେ ପହଞ୍ଚିଛି। ଜିଲାର ଏକାଧିକ ଅଞ୍ଚଳ ଏବେ ବି କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri