୨ ଅଣଓଡ଼ିଆ ମହିଳା ଗିରଫ, ଗହଣା ଜବତ

ଦିଗପହଣ୍ଡି,୧୨ା୩(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ଯାତ୍ରାରେ ସୋମବାର ସିଦ୍ଧେଶ୍ୱର ଗଣିଆ ନାଳ ଛକରେ ରହୁଥିବା ସୂର୍ଯ୍ୟମଣି ସାହୁ ନାମ୍ନୀ ମହିଳାଙ୍କ ବେକରୁ ପ୍ରାୟ ୨ ଭରି ଓଜନର ସୁନା ଖାସୁମାଳି କେହି ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୨ ଅଣ ଓଡ଼ିଆ ମହିଳାଙ୍କୁ ପୋଲିସ ଗିରଫ କରି ବୁଧବାର ସନ୍ଧ୍ୟାରେ ଦିଗପହଣ୍ଡି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ମେଦିନପୁର ଜିଲା ଖଡଗପୁର ଥାନା ଗୋଲବଜାର ଗ୍ରାମର ବିଦ୍ୟା ସେଠୀ ଓ ଲକ୍ଷ୍ମୀ ସେଠୀ। ଥାନା ମାମଲା ନଂ.୪୯/୨୦ ଦଫା ୩୭୯/୩୪ରେ ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତା ଲକ୍ଷ୍ମୀ ନିକଟରୁ ଚୋରି ଯାଇଥିବା ସୁନା ଖାସୁ ମାଳି ଓ ୧୧ ଶହ ଟଙ୍କା ପୋଲିସ ଜବତ କରିଛି। ଅଭିଯୁକ୍ତା ଦ୍ୱୟ ବାରମ୍ବାର ସେମାନଙ୍କ ନାମ ଓ ଠିକଣା ପରିବର୍ତ୍ତନ କରି କହୁଥିବାରୁ ସେମାନଙ୍କ ପ୍ରକୃତ ନାଁ ଓ ଠିକଣା ସଂଗ୍ରହ ପାଇଁ ଉଦ୍ୟମ ଚାଲିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ମଧୁସ୍ମିତା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?