Posted inଖେଳ

୨ ଅଲିମ୍ପିକ୍ସ ଚାମ୍ପିୟନଙ୍କ ବରୋଧରେ ଡୋପିଂ ଅଭିଯୋଗ

ପ୍ୟାରିସ୍‌,୨୮।୩(ଏଏଫ୍‌ପି): ୨ ଅଲିମ୍ପିକ୍‌ ଚାମ୍ପିୟନଙ୍କ ସମେତ ୪ଜଣ ରୁଷୀୟ ଆଥଲେଟଙ୍କ ବିରୋଧରେ ଡୋପିଂ ଅଭିଯୋଗ ଆସିଛି। ଏହି ଆଥଲେଟମାନଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିଛି ବୋଲି ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ ତରଫରୁ କୁହାଯାଇଛି। ୨୦୦୮ ଅଲିମ୍ପିକ୍‌ ହାଇଜମ୍ପ ଚାମ୍ପିୟନ ଆଣ୍ଡ୍ରେ ସିଲନୋଭ, ୨୦୧୨ ଅଲିମ୍ପିକ୍‌ ୪୦୦ ମିଟର ହର୍ଡଲ୍ସ ଚାମ୍ପିୟନ ନାଟାଲିଆ ଆଣ୍ଟ୍ୟୁଖଙ୍କ ବିରୋଧରେ ଏଥିପାଇଁ କୋର୍ଟ ଅଫ୍‌ ଅର୍ବିଟ୍ରେଶନ ଫର ସ୍ପୋଟର୍‌ସ (ସିଏଏସ୍‌) ତରଫରୁ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ୨୦୦୭ ବିଶ୍ୱ ଚାମ୍ପିୟଶନଶିପ୍‌ ରୌପ୍ୟ ପଦକ ବିଜୟିନୀ ତଥା ୧, ୫୦୦ ମିଟର ରନର ୟେଲେନା ସୋବେଲେଭା ଓ ହାମର ଥ୍ରେୟର ଓକ୍‌ସାନା କୋଣ୍ଡ୍ରାତୟେଭା ମଧ୍ୟ ସମଦଶା ଭୋଗିଛନ୍ତି। ବିଶ୍ୱ ନିଶା ନିବାରଣ ସଂସ୍ଥା (ନାଡ଼ା) ଦ୍ୱାରା ମାନ୍ୟତା ପାଇଥିବା କାନାଡାର ଆଇନଜୀବୀ ରିଚାର୍ଡ ମ୍ୟାକଲରେନ ୨୦୧୬ରେ ରୁଷିଆରେ ବ୍ୟାପକ ସଂସ୍ଥାଗତ ଡୋପିଂ ମାମଲା ଲୋକଲୋଚନକୁ ଆଣିଥିଲେ। ଉଲ୍ଲେଖଥାଉ କି, ସିଲନୋଭ କ୍ରୀଡ଼ା କ୍ୟାରିୟର ଶେଷ କରିବା ପରେ ରୁଷିଆନ ଆଥଲେଟିକ୍ସ ଫେଡେରେଶନର ଉପାଧ୍ୟକ୍ଷ ହିସାବରେ କାର୍ଯ୍ୟ କରିଆସୁଛନ୍ତି। ସେ ମଧ୍ୟ ୨୦୧୬ରେ ଫେଡେରେଶନର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri