୨ ଆସନରୁ ଲଢ଼ିବେ ହେମନ୍ତ ସୋରେନ୍‌

ରାଞ୍ଚତ୍,୨୫ା୧୧(ଆଇଏଏନ୍‌ଏସ୍‌) ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ଲଢ଼ିବେ। ଏହି ନିର୍ବାଚନ ଜେଏମ୍‌ଏମ୍‌, କଂଗ୍ରେସ ଏବଂ ଆରଜେଡି ମିଳିତ ଭାବେ ଲଢ଼ୁଥିବାବେଳେ ସୋରେନ୍‌ଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯାଇଛି। ରବିବାର ଜେଏମ୍‌ଏମ୍‌ ୧୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ସୋରେନ ଦୁମ୍‌କା ଓ ବାରହେତ୍‌ ଆସନରୁ ଲଢ଼ିବାକୁ ସ୍ଥିର ହୋଇଛି। ସେ ଏବେ ବାରହେତ୍‌ରୁ ବିଧାୟକ ଅଛନ୍ତି। ୨୦୧୪ରେ ସେ ଦୁଇଟି ଆସନରୁ ଲଢ଼ି ଦୁମ୍‌କାରୁ ହାରିଯାଇଥିଲେ। ପ୍ରକାଶିତ ପ୍ରାର୍ଥୀ ତାଲିକାରେ ଜେଏମ୍‌ଏମ୍‌ ଅଧ୍ୟକ୍ଷ ଶିବୁ ସୋରେନଙ୍କ ବୋହୂ ସୀତାଙ୍କ ନାଁ ରହିଛି। ଝାଡ଼ଖଣ୍ଡ ନିର୍ବାଚନ ନଭେମ୍ବର ୩୦ରୁ ୫ ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବାବେଳେ ଡିସେମ୍ବର ୨୩ରେ ଭୋଟଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri