୨ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚୋରାଚାଲାଣ : ଦୁଇ ଗାଡ଼ି, ୧ ଲକ୍ଷ ଟଙ୍କା ଜବତ, ୪ ଗିରଫ

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଭିନ୍ନ ଭିନ୍ନ ଥାନା ଅଧୀନରେ ଗଞ୍ଜେଇ ଚୋରାଚାଲାଣ କରାଯାଉଥିବାବେଳେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୫୮ କିଲୋଗ୍ରାମ ଗଞ୍ଜେଇ, ୨ଟି ଚାରିଚକିଆ ଯାନ, ୪ଟି ମୋବାଇଲ ସହ ନଗଦ ୧ ଲକ୍ଷ ଟଙ୍କା ଜବତ କରାଯାଇଥିବା ମାଲକାନଗିରି ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କାଲିମେଳା ଥାନା ଭାରପ୍ରାପ୍ତ ନିରୀକ୍ଷକ ଚନ୍ଦ୍ର ଶେଖର ଶବର ତାଙ୍କ ଥାନା କର୍ମଚାରୀଙ୍କ ସହ ମଙ୍ଗଳବାର ରାତିରେ ପୁଲିମେଟଲା କେନାଲ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ମାର୍ଶଲ ଗାଡ଼ିକୁ ଅଟକାଇଥିଲେ। ତେବେ ଏଥିରେ ୯୩ କିଲୋଗ୍ରାମ ଗଞ୍ଜେଇ ଥିବା ଜଣାପଡ଼ିବା ପରେ ଏଥିରେ ସଂପୃକ୍ତ ୨ ଜଣଙ୍କୁ ଗିରଫ କରିବା ସହ ସଂପୃକ୍ତ ଗାଡ଼ି, ଗୋଟିଏ ମୋବାଇଲ ଓ ୧ ଲକ୍ଷ ଟଙ୍କା ଜବତ କରାଯାଇଛି ା ଗିରଫମାନେ ହେଲେ ମାଲକାନଗିରି ଜିଲାର ଏମ.ଭି-୩୪ ଗ୍ରାମର ମନୋଜ କୁମାର ମଜୁମଦାର (୨୨) ଓ ମନୋଜ ବିଶ୍ୱାସ(୩୮)। ସେହିପରି ମୁଦୁଲିପଡ଼ା ଥାନା ଭାରପ୍ରାପ୍ତ ନିରୀକ୍ଷକ ଯୁଗଳ କିଶେର ଶବର ତାଙ୍କ ଥାନା କର୍ମଚାରୀଙ୍କ ସହ ଗୌଡ଼ଗୁଡ଼ା ଛକ ନିକଟରେ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଏକ କାର ଅଟକାଇ ଯାଞ୍ଚ କରିବାରୁ ୧୬୫ କିଲୋଗ୍ରାମ ଗଞ୍ଜେଇ ମିଳିଥିଲା। ପରେ ଏଥିରେ ସଂପୃକ୍ତ ୨ ଜଣଙ୍କୁ ଗିରଫ କରିବା ସହ ୩ଟି ମୋବାଇଲ ଓ ସଂପୃକ୍ତ କାର ଜବତ କରାଯାଇଛି। ଗିରଫମାନେ ହେଲେ ଓରକେଲ ଥାନା ଅନ୍ତର୍ଗତ ଟୋଟାଗୁଡ଼ା ଗ୍ରାମର ସୁବାସ ଖରା(୩୭) ଓ ଏମ.ଭି-୮୬ ଗ୍ରାମର ରିତ ସିକଦାର(୩୦)। ଏ ସମ୍ପର୍କରେ କାଲିମେଳା ଥାନା କେସ ନମ୍ବର ୧୦୩ରେ ମାମଲା ରୁଜୁ କରାଯାଇଥିବା ବେଳେ ମୁଦୁଲିପଡ଼ା ଥାନା କେସ ନମ୍ବର ୪୫ରେ ମାମଲା ରୁଜୁ କରାଯାଇ ବୁଧବାର କୋର୍ଟ ଚାଲାଣ କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ଶ୍ରୀ ମୀନା ପ୍ରକାଶ କରିଛନ୍ତି। ଏହି ଖବରତାଦା ସମ୍ମଳନୀରେ ଅନ୍ୟମାନଙ୍କ ମଧ୍ୟରେ ଏସଡିପିଓ ହୃଷୀକେଶ ଡି.କିଲାରୀଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri