୨ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ,୨୪-୯: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଦେଶର ବ୍ୟାଙ୍କ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ଚଳିତ ମାସ ୨୬ ଏବଂ ୨୭ରେ ଦିଆଯାଇଥିବା ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେଶନ (ଏଆଇବିଓସି) ସମେତ ୪ ପ୍ରମୁଖ ବ୍ୟାଙ୍କ ସଂଘ ଏ ପ୍ରସଙ୍ଗକୁ ନେଇ ନେଇ କେନ୍ଦ୍ର ଅର୍ଥ ସଚିବ ରାଜୀବ କୁମାରଙ୍କୁ ସୋମବାର ଭେଟିବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ଧର୍ମଘଟ ସ୍ଥଗିତ ରଖିଥିବା ଜଣା ପଡିଛି।
ଏଆଇବିଓସି ଅଧ୍ୟକ୍ଷ ସୁନୀଲ କୁମାର, ସଭାପତି ଦେବାଶିଷ ଘୋଷ, ମହାସଚିବ ସୌମ୍ୟ ଘୋଷ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ। ଦୁଇ ଦିନ ବ୍ୟାପି ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ପ୍ରସଙ୍ଗ ବୈଠକରେ ସ୍ଥାନିତ ହୋଇଥିଲା। ବ୍ୟାଙ୍କ ମିଶ୍ରଣ ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ ସହ ବ୍ୟାଙ୍କଗୁଡିକ ଯେଭଳି ସେମାନଙ୍କ ସ୍ବତନ୍ତ୍ରତା ବଜାୟ ରଖିବେ ସେ ଦିଗକୁ ଧ୍ୟାନରେ ରଖାଯିବ ବୋଲି ସରକାରଙ୍କ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ଏ ନେଇ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଗଠନ କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ବୈଠକରେ କର୍ମଚାରୀଙ୍କ ବେତନ ସଂଶୋଧନ, ୫ ଦିନିଆ କାର୍ଯ୍ୟ ଦିବସ, ଟଙ୍କା ନେଣଦେଣ ସମୟରେ ହ୍ରାସ, ଅବସର ସମୟ, କ୍ରସ ସେଲିଂ ଭଳି ବିଭିନ୍ନ ପ୍ରସଙ୍ଗକୁ ବିଚାର କରାଯିବ ବୋଲି ବୈଠକ ପରେ ଅର୍ଥ ସଚିବ କୁମାର କହିଛନ୍ତି। ବୈଠକରେ ଆଲୋଚନା ହୋଇଥିବା ବିଭିନ୍ନ ପ୍ରସଙ୍ଗରେ ସରକାର ସହମତି ପ୍ରକାଶ କରିଥିବାରୁ ସାମୟିକ ସମୟ ଲାଗି ଧର୍ମଘଟ ସ୍ଥଗିତ ରଖାଯାଇଥିବା ସଂଘଗୁଡିକ ପକ୍ଷରୁ କୁହାଯାଇଛି।
ସୂଚନା ଯୋଗ୍ୟ ୨୬ ଏବଂ ୨୭ ତାରିଖରେ ଧର୍ମଘଟ, ୨୮ ସେପ୍ଟେମ୍ବର ଚତୁର୍ଥ ଶନିବାର, ୨୯ ତାରିଖ ରବିବାର ଲାଗି ବ୍ୟାଙ୍କ ବନ୍ଦ ହୋଇଥାନ୍ତା। ୩୦ ସେପ୍ଟେମ୍ବରରେ ବ୍ୟାଙ୍କ ଖୋଲିବାକୁ ଥିବା ବେଳେ ବର୍ଷର ୬ ମାସ ସମୟ ଶେଷ ଯୋଗୁ ନେଣ ଦେଣ ହେବ ନାହିଁ। ମୋଟା ମୋଟି ଭାବେ କହିବାକୁ ମୋଟ ୫ ଦିନ ବ୍ୟାଙ୍କ କାରବାର ବନ୍ଦ ରହିଥାନ୍ତା। ସଂଘଗୁଡିକର ଏଭଳି ନିଷ୍ପତ୍ତି ଯୋଗୁ ଲୋକଙ୍କୁ ଆଶ୍ୱସ୍ତି ମିଳିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri