୨ ଦୁର୍ବୃତ୍ତଙ୍କୁ କାବୁକରି ପୋଲିସ ଜିମା ଦେଲେ ଲୋକେ:ପଲସର, ଦେଶୀ ବନ୍ଧୁକ ଜବତ

ଧର୍ମଶାଳା,୧୫।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବୁଦ୍ଧ ଛକଠାରେ ବୁଧବାର ୨ଜଣ ଦୁର୍ବୃତ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ସେମାନଙ୍କଠାରୁ ଏକ ପଲସର ଓ ଦେଶୀ ବନ୍ଧୁକ ଜବତ କରିଛି। ତେବେ ଯୁବକଦ୍ୱୟ ସେମାନଙ୍କ ପରିଚୟ ଠିକ ଭାବେ କହୁ ନ ଥିବା ବେଳେ ରାହାଜାନି କିମ୍ବା ଡକାୟତି ଉଦ୍ଦେଶ୍ୟରେ ଏଠାକୁ ଆସିଥିବା ପୋଲିସ ଅନୁମାନ କରୁଛି। ଏ ନେଇ କୌଣସି ମାମଲା ରୁଜୁ ହୋଇ ନ ଥିବାବେଳେ ପୋଲିସ ୨ ଜଣଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ଏହି ଦୁର୍ବୃତ୍ତ ଦ୍ୱୟ ପଲସର ବାଇକ୍‌ରେ ଆସୁଥିବାବେଳେ ଜାରକା ବୁଦ୍ଧ ଛକଠାରେ ଅପରାହ୍ନ ପ୍ରାୟ ୪ଟାରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ସାଇଡ୍‌ ମାରିଥିଲେ। ଏହାକୁ ନେଇ ସେଠାରେ ମାରପିଟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ସମୟରେ ସେଠାରେ ଉପସ୍ଥିତ ଲୋକମାନେ ଦୁର୍ବୃତ୍ତ ଦ୍ୱୟଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ ା ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ପଲସର ଜବତ କରିବା ସହ ୨ ଦୁର୍ବୃତ୍ତଙ୍କୁ ଥାନାକୁ ନେଇ ପଚରାଉଚରା କରିବା ସମୟରେ ଜଣଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଜବତ କରିଥିଲା। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri