୨ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ରାଇକିଆ,୧୮ା୯(ଡ଼ି.ଏନ.ଏ)- ବିଭିନ୍ନ ପ୍ରଲୋଭନ ଦେଖାଇ ଦୁଇ ନାବାଳିକାଙ୍କୁ ପୃଥକ ସମୟରେ ବଳାତ୍କାର କରିଥିବା ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ଅଞ୍ଚଳର ସୁନୀଲ ଦିଗାଲ। ତାଙ୍କୁ ଫୁଲବାଣୀ ସ୍ବତନ୍ତ୍ର କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଜେଲ ପଠାଇ ଦିଆଯାଇଛି।
ସୁନୀଲ ୨ ବର୍ଷ ତଳେ ରାଇକିଆ ଅଞ୍ଚଳରେ ଏକ ରାସ୍ତା ନିର୍ମାଣକାରୀ ସଂସ୍ଥାରେ ଗାଡ଼ି ଚଲାଉଥିଲେ। ସେ ସମୟରେ ରାଇକିଆ ଥାନା ଅଞ୍ଚଳର ଜଣେ ନାବଳିକାଙ୍କ ସହ ସମ୍ପର୍କ ବଢ଼ାଇଥିଲେ। ପରେ ବିଭିନ୍ନ ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ନାବାଳିକାଙ୍କୁ ସେ କିଛିଦିନ ପାଇଁ ଫୁଲବାଣୀ ନେଇଯାଇଥିଲେ। ଏ ନେଇ ନାବଳିକାଙ୍କ ବାପା ରାଇକିଆ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଚଢ଼ାଉ କରି ନାବଳିକାଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ସୁନୀଲ ଫେରାର ହୋଇଯାଇଥିଲେ। ସେହିପରି ରାଇକିଆ ଥାନା ଅଞ୍ଚଳର ଅନ୍ୟ ଜଣେ ନାବାଳିକାଙ୍କ ବାପା ମଧ୍ୟ ସୁନୀଲଙ୍କ ଉପରେ ସମାନ ଅଭିଯୋଗ ଆଣିଥିଲେ। ସୁନୀଲ ପ୍ରଲୋଭିତ କରି ଝିଅକୁ ବଳାତ୍କାର କରିଥିବା ନେଇ ଗତ ୩ ତାରିଖରେ ଥାନାରେ ନାବାଳିକାଙ୍କ ବାପା ଅଭିଯୋଗ କରିଥିଲେ ା ପୋଲିସ ନଂ. ୬୦/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ା ପୋଲିସ ୨ ପୀଡ଼ିତା ନାବାଳିକାଙ୍କ ବୟାନ ରେକର୍ଡ କରିଥିବା ଖବରଦାତା ସମ୍ମିଳନୀରେ ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା ଓ ଥାନା ଅଧିକାରୀ ଅଲେଖ ଗରଡ଼ିଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri