ଭଞ୍ଜନଗର,୧୦ା୧୦(ଡି.ଏନ୍.ଏ.)-ଭଞ୍ଜନଗର ଥାନା ତୁରୁମରେ ସୋମବାର ରାତିରେ ୨ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ସଂଘର୍ଷ ହୋଇଛି। ଏଥିରେ ଉଭୟ ପକ୍ଷର ୬ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଦୀପ ପଣ୍ଡାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟଆହତମାନେ ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେବାପରେ ବୁଧବାର ଗ୍ରାମକୁ ଫେରିଛନ୍ତି ପୋଲିସ ଏନେଇ ଉଭୟ ପକ୍ଷର ୪ଜଣଙ୍କୁ ବୁଧବାର ଥାନାକୁ ନେଇ ତଦନ୍ତ ଚଳାଇଛି। ଘଟଣାକୁ ନେଇ ୨ ରାଜନୈତିକ ଦଳ ଫାଇଦା ନେବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରକାଶ ଯେ, ନିରାକାର ଦାସ ଓ ପ୍ରଦୀପ ପଣ୍ଡାଙ୍କ ପରିବାର ମଧ୍ୟରେ କିଛିଦିନ ହେଲା କୌଣସି କାରଣକୁ ନେଇ ବିବାଦ ଲାଗି ରହିଥିଲା। ସୋମବାର ରାତିରେ ୩ ପରିବାର ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ନିରାକାର ଓ ତାଙ୍କ ୨ ପୁଅ ଆହତ ହୋଇଥିଲେ। ବିପକ୍ଷ ଗୋଷ୍ଠୀର ପ୍ରଦୀପ, ଭାଗ୍ୟ ଓ ବିଜୟ ମଧ୍ୟ ଆହତ ହୋଇଥିଲେ। ସେମାନଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏନେଇ ଉଭୟ ପକ୍ଷରୁ ୧୫ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାମରେ ଥାନାରେ ଅଭିଯୋଗ ହୋଇଛି।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

