୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଅଭିଯୋଗ : ପ୍ରତିବାଦରେ ଡିଇଓଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ବୁଧବାର ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ସମର୍ଥନରେ ଦୁଇ ପାଚିକା ଧାରଣା ଦେଇଛନ୍ତି । କାର୍ଯ୍ୟର ସୁ-ବ୍ୟବସ୍ଥା କରା ନ ଯିବା ପର୍ଯ୍ୟନ୍ତ ଧାରଣା ଜାରି ରଖିବାକୁ ସେମାନେ ଚେତାବନୀ ଦେଇଛନ୍ତି ।
ପ୍ରକାରେ, ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ବର୍ଷ ଧରି କୁନି ସାହୁ ଓ ଗୀତା ନାୟକ ପାଚିକା ଭାବେ କାର୍ଯ୍ୟ କରି ଆସୁଛନ୍ତି ।
ସେମାନେ କେବଳ ମଧ୍ୟାହ୍ନ ଭୋଜନ କାର୍ଯ୍ୟ ପାଇଁ ନିଯୁକ୍ତ ହୋଇଥିବା ବେଳେ ଉକ୍ତ କାମ ବ୍ୟତୀତ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ସାହାଯ୍ୟ, ସହଯୋଗ କରି ଆସୁଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକମାନେ ସେମାନଙ୍କୁ ବ୍ୟକ୍ତିଗତ କାର୍ଯ୍ୟରେ ନିୟୋଜିତ କରୁଥିଲେ। ଏହାର ପ୍ରତିବାଦ କରିବାରୁ କୌଣସି ନୋଟିସ ନ ଦେଇ ସେମାନଙ୍କୁ ବହିଷ୍କାର କରାଯାଇଥିବା ଦୁଇ ପାଚିକା ଅଭିଯୋଗ କରିଛନ୍ତି ା ବିଦ୍ୟାଳୟ ଓ ଉପରିସ୍ଥ ଅଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିବା ପରେ ମଧ୍ୟ ସ୍କୁଲ କର୍ତ୍ତୃପକ୍ଷ ମିଥ୍ୟା, ବିଶୃଙ୍ଖଳା ସୃଷ୍ଟି କରିବା ଆରୋପ କରି କାର୍ଯ୍ୟରୁ ବହିଷ୍କାର କରାଯାଇଥିବା କହିଛନ୍ତି ା ଅନ୍ୟାୟ ଭାବେ କାର୍ଯ୍ୟ ବନ୍ଦ କରିଥିବା ପାଚିକାଙ୍କୁ ତୁରନ୍ତ ତାଙ୍କ କାର୍ଯ୍ୟର ସୁ-ବ୍ୟବସ୍ଥା କରିବାକୁ ପାଚିକା ସହାୟକ ସଂଘ ଜିଲା ସଭାପତି କାର୍ତ୍ତିକ ଚନ୍ଦ୍ର ମହାନ୍ତି ଦାବି କରିଛନ୍ତି। ଅନ୍ୟପକ୍ଷରେ ପାଚିକାଙ୍କ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ସୂଚନା ଦିଆଯାଇଛି ା କମିଟିଙ୍କଠାରୁ ମିଳିଥିବା ସୂଚନା ପ୍ରକାରେ, ମାର୍ଚ୍ଚ ୨୦ରୁ କୁନି ସାହୁ କାର୍ଯ୍ୟକୁ ଆସିନ ଥିବାରୁ ଦୀର୍ଘ ଦିନ ଛୁଟି କାରଣରୁ କମିଟିର ସଦସ୍ୟ ଓ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଅବଗତ କରାଯାଇ ତାଙ୍କ କାର୍ଯ୍ୟ ବନ୍ଦ କରାଯାଇଛି ା
ସେହିପରି କାର୍ଯ୍ୟରେ ଅବହେଳା ପାଇଁ ବିଦ୍ୟାଳୟ ପରିଚାଳନା କମିଟି, ବିଇଓଙ୍କୁ ଅବଗତ କରାଯାଇ ଗୀତା ନାୟକଙ୍କୁ କାର୍ଯ୍ୟରୁ ବହିଷ୍କାର କରିଥିବା କମିଟି ପକ୍ଷରୁ କୁହାଯାଇଛି ା ଜିଲା ଶିକ୍ଷାଧିକାରୀ ଡ. ସନାତନ ପଣ୍ଡା କହିଛନ୍ତି, ବିଦ୍ୟାଳୟର ପାଚିକାମାନଙ୍କ ନିଯୁକ୍ତି ପ୍ରକ୍ରିିିୟା ବିଦ୍ୟାଳୟ ପରିଚାଳନା କମିଟି ବୁଝିବ ା ଏଥିରେ ଜିଲା ଶିକ୍ଷାଧିକାରୀଙ୍କ କୌଣସି ଭୂମିକା ନାହିଁ ା ବିଦ୍ୟାଳୟ ପାଇଁ କର୍ତ୍ତବ୍ୟ ଦୃଷ୍ଟିରେ ପାଚିକାମାନେ ସ୍ବଚ୍ଛତା, ପରିସ୍କାର, ପରିଚ୍ଛନ୍ନତା ଦିଗରେ ମଧ୍ୟ ସହାୟତା କରିବା ଆବଶ୍ୟକ ା


Enter your email to get our daily news in your inbox.

All Right Reserved By Dharitri.Com

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri