୨ ଫିଲ୍ମର ଶୁଭ ମହୁରତ

ବାରିପଦା ଅଫିସ,୩୧ା୧- ବାରିପଦା ସହର ସ୍ଥିତ ଅମ୍ବିକା ମନ୍ଦିରରେ ଗୁରୁବାର ଓଡ଼ିଆ ଚଳଚ୍ଚିତ୍ର ‘କକୁକୁଲା’ ଓ ଇଂଲିଶ ଫିଲ୍ମ ‘ଦି ଲାଷ୍ଟ ହେଲପ୍‌’ର ଶୁଭ ମହୁରତ ହୋଇଛି। ଏହି କାର୍ଯ୍ୟକ୍ରମକୁ ସିନେ ପ୍ରଯୋଜକ ତଥା ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ପ୍ରଥମ କ୍ଲାପ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଭିନେତା ଜର୍ଜ ତିଆଡ଼ି, କ୍ୟାମେରା ମ୍ୟାନ ରଞ୍ଜନ ମିଶ୍ର, ସୁଶୀଲ ମିଶ୍ର, ପ୍ରଶାନ୍ତ ପତି, ଶିବ ପୂଜାପଣ୍ଡା, ଶାନ୍ତନୁ ଶତପଥୀ, ମଳୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଯୁବ ପ୍ରଯୋଜକ ହରିଶଚନ୍ଦ୍ର ବେହେରାଙ୍କ ଦ୍ୱାରା ପ୍ରାୟୋଜିତ ଦୁଇଟି ଫିଲ୍ମ ମଧ୍ୟରୁ ଓଡ଼ିଆ ଫିଲ୍ମକୁ ସୁବ୍ରତ ପଟ୍ଟନାୟକ ଓ ଇଂରାଜୀ ଫିଲ୍ମକୁ ଚିନ୍ମୟ ଦାସପଟ୍ଟନାୟକ ନିର୍ଦ୍ଦେଶନା ଦେଉଛନ୍ତି । ଖୁବ ଶୀଘ୍ର ଏହି ଦୁଇଟି ଫିଲ୍ମର ଶୁୁଟିଂ ମୟୂରଭଞ୍ଜ ଜିଲାରେ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି । ପୂର୍ଣ୍ଣଚନ୍ଦ୍ର ବିନ୍ଧାଣି, ସରୋଜ ପଟ୍ଟନାୟକ, ଅସିତ ପତି, ସ୍ବରାଜ ବାରିକ, ରଣଜିତ ବାରିକ, ସଞ୍ଜୀବ ଦ୍ବିବେଦୀ, ସୁନୀଲ ଜେନା, ଉମେଶ ପଟ୍ଟନାୟକ, ଡା. ପୁଷ୍ପା ପାତ୍ର, ଡା. ଅସୀମା ସାହୁ, ଶାନ୍ତନୁ ସିଂ ଓ ତାପସ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri