୨ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ଧଅଁରାଖମନ ଗାଁର ୮ ବୁଢ଼ାବୁଢ଼ୀ

କର୍ଲାମୁଣ୍ଡା, ୧୨।୩ (ଡି.ଏନ୍‌.ଏ.)- ସରକାର ବୁଢ଼ାବୁଢ଼ୀ, ବିଧବା, ଛାର୍‌ରି ମହିଲା, ଦିବ୍ୟାଙ୍ଗମାନକୁ ସାମାଜିକ ସୁରକ୍ଷା ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ଲାଭ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଁଚେତ୍‌ ଧଅଁରାଖମନ ଗଁାରେ।
ସୂଚନା ଅନ୍‌ସାରେ ଧଅଁରାଖମନ ଗଁାଟା ବ୍ଲକ ସଦରନୁ ପାଖାପାଖି ୨୦ କି.ମି. ଦୂରେ ରହିଛେ। ଗଁାର ବଡ଼ଭାଗି ଲୋକ ଗରିବ୍‌ ହେଇଥିଲାବେଲେ ଚାଷବାସ, କୁଲିମଜୁରି କରି ନିଜର ନିଜର କୁଟୁମ ପୁଷୁଛନ୍‌। ଇ ଗଁାର ବୁରୁଧ୍‌ ଚିତ୍ର ରଣା(୬୫), ସରସ୍ବତୀ ପୁଟେଲ (୬୪), ରୂପ ମାଝି (୬୫), ଚନ୍ଦ୍ରମଣି ଭୋଇ (୬୩), ଗଳିତ ଭୋଇ (୬୨), ରୁପେଶ୍ୱର ଭୋଇ (୭୦), ବଚନୀ ଭୋଇ (୬୬), ପାନ ରଣା (୬୫) ପରମୁଖ ୮ ଝନ୍‌ ବୁଢ଼ାବୁଢ଼ୀ ଭତାର ଲାଗି ୨ ବଛର ହେଲା ଆବେଦନ କରିଆସୁଛନ୍‌। ହେଲେ ଆଏଜ୍‌ତକ ଇମାନେ ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଇ ଦିଗେ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ପଦକ୍ଷେପ ନେବାକେ ଗ୍ରାମ ବିକାଶ କମିଟିର ସଭାପତି ଅନିରୁଦ୍ଧ ପଟେଲ, ସଂପାଦକ ମମତା ଭୋଇ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri