୨ ବର୍ଷରେ ଓଡ଼ିଶାକୁ କେନ୍ଦ୍ର ଦେଇଛି ୪୦୫ କୋଟି

ଭୁବନେଶ୍ୱର,୭।୯(ବ୍ୟୁରୋ): କୋଭିଡ୍‌ ସମୟରେ ଗତ ୨ ବର୍ଷରେ କେନ୍ଦ୍ର ସରକାର ଓଡ଼ିଶାକୁ ୪୦୫ କୋଟି ଟଙ୍କା ଦେଇଛନ୍ତି। ସୋମବାର ବିଜେଡି ସଭ୍ୟ ମୌଷଧୀ ବାଗଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି I
ଅର୍ଥମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ର ସରକାର କୋଭିଡ୍‌-୧୯ ଜନିତ ସମସ୍ୟାର ପରିଚାଳନା ନିମନ୍ତେ ୨୦୨୦-୨୧ ଆର୍ଥିକ ବର୍ଷରେ ସ୍ବତନ୍ତ୍ର ଭାବରେ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ଯୋଜନା ଅଧୀନରେ ୧୪୬ କୋଟି ୪୪ ଲକ୍ଷ ଟଙ୍କା ଦେଇଥିଲେ। ସେହିପରି ୨୦୨୧-୨୨ ଆର୍ଥିକ ବର୍ଷର ଜୁଲାଇ ଶେଷ ସୁଦ୍ଧା ଇସିଆର୍‌ପି ଯୋଜନାରେ ୨୫୮ କୋଟି ୫୯ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ନିଜସ୍ବ ସମ୍ବଳ ବିନିଯୋଗ କରି ଅନେକ ପଦକ୍ଷେପ ନେଇ ସଫଳତାର ସହିତ କୋଭିଡ୍‌-୧୯ଜନିତ ସମସ୍ୟାର ମୁକାବିଲା କରିପାରିଛନ୍ତି। ଏଥିସହିତ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ତଥା ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି ଜରିଆରେ ଉଭୟ କେନ୍ଦ୍ର ଓ ରାଜ୍ୟ ଅଂଶକୁ ମିଶାଇ କୋଭିଡ୍‌-୧୯ଜନିତ ସମସ୍ୟାର ମୁକାବିଲା କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri