Posted inଜାତୀୟ

୨ ବର୍ଷରେ ଭାଜପା ପାଇଛି ୯୧୫ କୋଟି

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଭାଜପା ୨୦୧୬ରୁ ୨୦୧୮ ମଧ୍ୟରେ ୧୫ ଶହ ଶିଳ୍ପ ଜଗତରୁ ୯୧୫ କୋଟିରୁ ଅଧିକ ଟଙ୍କା ଚାନ୍ଦା ଆକାରରେ ପାଇଛି। ଏହି ସମୟ ମଧ୍ୟରେ କଂଗ୍ରେସକୁ ମିଳିଥିବା ଚାନ୍ଦାଠାରୁ ଏହା ୧୬ଗୁଣରୁ ଅଧିକ ବୋଲି ଜଣାପଡ଼ିଛି। ଏହି ଦୁଇବର୍ଷ ମଧ୍ୟରେ ଜାତୀୟ ରାଜନୈତିକ ଦଳଗୁଡ଼ିକୁ ମିଳିଥିବା ଚାନ୍ଦା ସମ୍ପର୍କରେ ଆସୋସିଏଶନ୍‌ ଫର ଡେମୋକ୍ରାଟିକ୍‌ ରିଫର୍ମ(ଏଡିଆର୍‌) ରିପୋର୍ଟରେ ପ୍ରକାଶ ପାଇଛି। ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକରୁ ରାଜନୈତିକ ଦଳଗୁଡ଼ିକୁ ଏହି ସମୟ ମଧ୍ୟରେ ମିଳିଥିବା ଚାନ୍ଦା ମଧ୍ୟରେ ଭାଜପାର ଅଂଶ ୯୩% ବୋଲି ଜଣାପଡ଼ିଛି।
୬ଟି ଜାତୀୟ ରାଜନୈତିକ ଦଳ ମଧ୍ୟରୁ ଭାଜପାକୁ ୧,୭୩୧ କର୍ପୋରେଟ୍‌ ୯୧୫.୫୯୬ କୋଟି ଟଙ୍କା ଚାନ୍ଦା ଆକାରରେ ଦେଇଥିବାବେଳେ କଂଗ୍ରେସକୁ ୧୫୧ କର୍ପୋରେଟ୍‌ ୫୫.୩୬ କୋଟି ଟଙ୍କା ଦେଇଛନ୍ତି। ସେହିଭଳି ଏନ୍‌ସିପିକୁ ୨୩ କର୍ପୋରେଟ୍‌ରୁ ୭.୭୩୭ କୋଟି ଟଙ୍କା ମିଳିଛି। ୨୦୧୬-୧୭ ଓ ୨୦୧୭-୧୮ ଆର୍ଥିକ ବର୍ଷରେ କର୍ପୋରେଟମାନଙ୍କଠାରୁ ସ୍ବେଚ୍ଛାକୃତ ଚାନ୍ଦା ୨୦ ହଜାର ଟଙ୍କାରୁ ଅଧିକ ଥିଲା। ଭାଜପାକୁ ୯୪% ଓ କଂଗ୍ରେସକୁ ୮୧% ମିଳିଥିଲା। କିନ୍ତୁ ୨୦୧୨-୧୩ରୁ ୨୦୧୭-୧୮ ଆର୍ଥିକ ବର୍ଷ ମଧ୍ୟରେ ଭାଜପାକୁ ସର୍ବାଧିକ ୧,୬୨୧.୪୦ କୋଟି ଟଙ୍କା ଅର୍ଥାତ୍‌ ମୋଟ କର୍ପୋରେଟ୍‌ ଚାନ୍ଦାର ୮୩.୪୯% ମିଳିଥିଲା।
ରିପୋର୍ଟ ମୁତାବକ ୨୦୦୪-୦୫ରୁ ୨୦୧୧-୧୨ ମଧ୍ୟରେ ଜାତୀୟ ଦଳଗୁଡ଼ିକୁ କର୍ପୋରେଟ ଚାନ୍ଦା ପରିମାଣ ୧୬୦% ବଢ଼ିଛି। ସେହିଭଳି ୨୦୧୨-୧୩ରୁ ୨୦୧୭-୧୮ ମଧ୍ୟରେ ଏହି ଚାନ୍ଦା ପରିମାଣ ୪୧୪% ବୃଦ୍ଧିପାଇଛି। କିନ୍ତୁ ୨୦୧୫-୧୬ ଆର୍ଥିକ ବର୍ଷରେ ଏହି ଦଳଗୁଡ଼ିକୁ ସେଭଳି କର୍ପୋରେଟ୍‌ ଚାନ୍ଦା ମିଳିପାରି ନ ଥିବା ରିପୋର୍ଟରେ ଦର୍ଶାଯାଇଛି। ୨୦୧୬-୧୭ରୁ ୨୦୧୭-୧୮ ମଧ୍ୟରେ ଜାତୀୟ ଦଳକୁ କର୍ପୋରେଟ୍‌ ଚାନ୍ଦା ୨୫.୦୭% କମିଥିବା ଜଣାପଡ଼ିଛି। ଅନ୍ୟ ଜାତୀୟ ରାଜନୈତିକ ଦଳ ସିପିଆଇ, ସିପିଏମ୍‌, ଏଆଇଟିସିର କର୍ପୋରେଟ୍‌ ପାଣ୍ଠିକୁ ଏଡିଆର୍‌ ସ୍ଥାନ ଦେଇଛି। ସିପିଆଇକୁ ସବୁଠାରୁ କମ୍‌ ଅର୍ଥାତ୍‌ ୨% କର୍ପୋରେଟ୍‌ ଚାନ୍ଦା ମିଳିଥିବା ରିପୋର୍ଟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri