୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି…

ଫଳ ରସ ପିଇବା ଛୋଟ ଛୁଆଙ୍କଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ ଶରୀରରେ ପାଣିର ଅଭାବକୁ ମଧ୍ୟ ଦୂର କରିଥାଏ। କିନ୍ତୁ ଆପଣ ଜାଣିଛନ୍ତି କି, ଛୋଟ ପିଲାଙ୍କୁ ଫଳ ରସ ଦେବା ଉଚିତ ନୁହେଁ। ସେ ସତେଜ ଫଳ ରସ ହେଉ କି ବଜାରର ଫଳ ରସ। ବିଶେଷକରି ୨ବର୍ଷରୁ ୧୮ ବର୍ଷର ପିଲାଙ୍କୁ ଏହି ଫଳ ରସ ବା ଫ୍ରୁଟ ଡ୍ରିଙ୍କ୍ସ ଦେବା ଉଚିତ ନୁହେଁ। ଏହା ବଦଳରେ ବିଭିନ୍ନ ଋତୁରେ ଆସୁଥିବା ଫଳ ସବୁ ଦେଲେ ସେମାନଙ୍କ ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ। ନିକଟରେ ଶିଶୁ ବିଶେଷଜ୍ଞଙ୍କ ଦ୍ୱାରା ଗବେଷଣାରୁ ଜଣାପଡ଼ିଥିଲା ଯେ, ଛୋଟ ପିଲାଙ୍କୁ ଫଳ ରସ ଦିଆଯିବାରୁ ସେମାନଙ୍କୁ ଉଚ୍ଚ ରକ୍ତ ଚାପ, ହୃତ୍‌ପିଣ୍ଡ ଓ ଦାନ୍ତ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇଥାଏ। ଯଦି ଆପଣ ଆପଣଙ୍କ ପିଲାଙ୍କୁ ଫଳ ରସ ଦେବାକୁ ଚାହୁଁଛନ୍ତି ତାହେଲେ କେତେ ପରିମାଣରେ ଦେବେ ତାହା ଜାଣିବା ନିହାତି ଜରୁରୀ। ୨ବର୍ଷରୁ ୫ ବର୍ଷର ପିଲାଙ୍କୁ ୧୨୫ ମିଲି ଲିଟର ଅର୍ଥାତ୍‌ ଅଧ କପ୍‌ ଓ ୫ ବର୍ଷର ଊର୍ଦ୍ଧ୍ୱ ପିଲାଙ୍କୁ ୨୫୦ ମିଲି ଲିଟର ଫଳ ରସ ଦେବା ଉଚିତ୍‌। ଏହାଠାରୁ ଅଧିକ ଦେଲେ ପିଲାଙ୍କ ଶରୀରର ପାଇଁ କ୍ଷତିକାରକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri