Posted inପୁରୀ

୨ ବେଆଇନ କରତକଳରେ ଚଢ଼ାଉ: ୨୬ ଲକ୍ଷ ଟଙ୍କାର କାଠ, ଯନ୍ତ୍ରାଂଶ ଜବତ

ଗୋପ,୧୦।୬(ଡି.ଏନ୍‌.ଏ)- ଗୋପ ବ୍ଲକ ଅଞ୍ଚଳର ୨ ବେଆଇନ କରତକଳ ଉପରେ ବୁଧବାର ସକାଳୁ ପୁରୀ ବନଖଣ୍ଡ ଡିଭିଜନ ଓ ଭୁବନେଶ୍ବର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୨ କରତକଳରୁ ୨୬ ଲକ୍ଷ ଟଙ୍କାର ଯନ୍ତ୍ରାଂଶ ସହ କାଠ ଜବତ କରାଯାଇଥିବା ଜଙ୍ଗଲ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ମୁତାବକ, କିଛି ଦିନ ଧରି ଗୋପ ଜଙ୍ଗଲ ବିଭାଗ ଅଧୀନ ଗଣେଶ୍ୱରପୁର, ଚାଉଳିଆପାଟେଣା, ଦିଘାଳୋ, ତମ୍ପାଳ, ମଦରଙ୍ଗ ସହିତ ଆଉ କେତେକ ସ୍ଥାନରେ ବେଆଇନ ଭାବରେ ୨୫ରୁ ଊଦ୍ଧର୍‌ବ କରତକଳ ଚାଲୁଥିବା ଅଭିଯୋଗ ହେଉଥିଲା। ଏହି ଅଭିଯୋଗକୁ ନେଇ ବୁଧବାର ଗୋପ- ଚାରିଛକ ରାସ୍ତାର ଜମରା ଛକ ନିକଟରେ ଥିବା ୨ଟି ବେଆଇନ କରତକଳ ଉପରେ ଭୁବନେଶ୍ବର ଭିଜିଲାନ୍ସ ବିଭାଗ ଏସିଏ୍‌ଫ ବିଷ୍ଣୁଚରଣ ବେହେରାଙ୍କ ନେତୃତ୍ୱରେ ପୁରୀ ବନଖଣ୍ଡ କର୍ମଚାରୀ ଓ ଗୋପ ପୋଲିସଙ୍କୁ ନେଇ ମିଳିତ ଚଢାଉ କରାଯାଇଥିଲା। ଚଢ଼ାଉ ସମୟରେ ସମସ୍ତ କରତକଳ ଯନ୍ତ୍ରାଂଶ ଓ ବ୍ୟାପକ ଚିରା କାଠ ଜବତ କରାଯାଇଥିଲା। ଏହି ଜବତ କାଠ ଓ ଯନ୍ତ୍ରାଂଶର ମୂଲ୍ୟ ୨୬ଲକ୍ଷ ଟଙ୍କା ହେବ ବୋଲି ଏସିଏଫ୍‌ ବେହେରା କହିଛନ୍ତି। ଚଢ଼ାଉ ହେବା ଜାଣି ପୂର୍ବରୁ କରତକଳର ମାଲିକ ଓ କର୍ମଚାରୀମାନେ ଫେରାର ହୋଇଯାଇଥିଲେ। ଏ ସମ୍ପର୍କରେ ଗୋପ ବନବିଭାଗ କାର୍ଯ୍ୟାଳୟରେ ନଂ.୧,୨,୩,୪/୨୦,୨୧ ରେ କରତକଳ ମାଲିକଙ୍କ ନାମରେ ମାମଲା ରୁଜୁ ହୋଇଛି। ଚଢ଼ାଉ ବେଳେ ବ୍ୟାପକ ପୋଲିସ ଫୋର୍ସ ସହିତ ଜିଲାର ବରିଷ୍ଠ ଜଙ୍ଗଲ ବିଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଆଜି ହେରାପଞ୍ଚମୀ -ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ

ପୁରୀ,୨୦।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ…

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri