୨ ବେଆଇନ କ୍ଲିନିକ୍‌ରେ ପ୍ରଶାସନର ଚଢ଼ାଉ

ଗୋପାଳପୁର,୫ା୧ -ଦୀର୍ଘବର୍ଷ ହେଲା ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳରେ ନକଲି ଡ଼ାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ବେଆଇନ କ୍ଲିନିକ କରି ରୋଗୀଙ୍କୁ ଚିକିତ୍ସା ଆଳରେ ଶୋଷଣ କରାଯାଉଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର ହୋଇ ଉଠିଛି। ଶନିବାର ରଣ୍ଢା ଓ ଗୋଳନ୍ଥରା ଚଟି ନିକଟରେ ଥିବା ଦୁଇଟି ବେଆଇନ କ୍ଲିନିକରେ କନିଷି ତହସିଲଦାରଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଛି। ପୂର୍ବାହ୍ନରେ କନିଷି ଭାରପ୍ରାପ୍ତ ତହସିଲଦାର ଅନୀତା ସାହୁ, କେଲୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା. ସୁଜିତ ମହାପାତ୍ର ଓ ଗୋଳନ୍ଥରା ଏସ୍‌ଆଇ ଜୟନାଥ ପ୍ରଧାନ ଓ ଅନ୍ୟ ଅଧିକାରୀମାନେ ରଣ୍ଢା ଗ୍ରାମରେ ଥିବା ଏକ ଦନ୍ତ ଚିକିତ୍ସାଳୟରେ ଚଢ଼ାଉ କରିଥିଲେ। ଚିକିତ୍ସାଳୟରେ ଥିବା ଡ଼ାକ୍ତରଙ୍କୁ ତହସିଲଦାର କ୍ଲିନିକ ଏଷ୍ଟାବ୍ଲିଶମେଣ୍ଟ ସାର୍ଟିଫିକେଟ ମାଗିବାରୁ ଏନେଇ ଆବେଦନ କରାଯାଇଛି ବୋଲି ସେ କହିଥିଲେ। ପରେ ତହସିଲଦାର ଉକ୍ତ ବେଆଇନ ଚିକିତ୍ସାଳୟକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଗୋଳନ୍ଥରା ଚଟିସ୍ଥିତ କାମରାଜୁ ଚିକିତ୍ସାଳୟରେ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। କାମରାଜୁଙ୍କ ପୁଅ ଜଣେ ରୋଗୀଙ୍କୁ ଇଞ୍ଜେକସନ ଦେଉଥିବା ଟିମ୍‌ ସଦସ୍ୟ ଦେଖିଥିଲେ। କାଗଜପତ୍ର ମାଗିବାରୁ ସେ ଆର୍‌ଏମ୍‌ପି ସାର୍ଟିଫିକେଟ ଦେଖାଇଥିଲେ। ତହସିଲଦାର ସାହୁ କ୍ଲିନିକ୍‌ ଏଷ୍ଟାବ୍ଲିଶମେଣ୍ଟ ସାର୍ଟିଫିକେଟ ମାଗିବାରୁ ସେ ଦେଖାଇପାରିନଥିଲେ। ତୁରନ୍ତ ଏହାକୁ ବନ୍ଦ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ୪ ଦିନ ମଧ୍ୟରେ ସାର୍ଟିଫିକେଟ ଓ ଅନ୍ୟ କାଗଜପତ୍ର ପ୍ରଶାସନ ନିକଟରେ ଦାଖଲ କରିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri