୨ ବେଆଇନ କ୍ଲିନିକ୍‌ରେ ପ୍ରଶାସନର ଚଢ଼ାଉ

ଗୋପାଳପୁର,୫ା୧ -ଦୀର୍ଘବର୍ଷ ହେଲା ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳରେ ନକଲି ଡ଼ାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ବେଆଇନ କ୍ଲିନିକ କରି ରୋଗୀଙ୍କୁ ଚିକିତ୍ସା ଆଳରେ ଶୋଷଣ କରାଯାଉଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର ହୋଇ ଉଠିଛି। ଶନିବାର ରଣ୍ଢା ଓ ଗୋଳନ୍ଥରା ଚଟି ନିକଟରେ ଥିବା ଦୁଇଟି ବେଆଇନ କ୍ଲିନିକରେ କନିଷି ତହସିଲଦାରଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଛି। ପୂର୍ବାହ୍ନରେ କନିଷି ଭାରପ୍ରାପ୍ତ ତହସିଲଦାର ଅନୀତା ସାହୁ, କେଲୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା. ସୁଜିତ ମହାପାତ୍ର ଓ ଗୋଳନ୍ଥରା ଏସ୍‌ଆଇ ଜୟନାଥ ପ୍ରଧାନ ଓ ଅନ୍ୟ ଅଧିକାରୀମାନେ ରଣ୍ଢା ଗ୍ରାମରେ ଥିବା ଏକ ଦନ୍ତ ଚିକିତ୍ସାଳୟରେ ଚଢ଼ାଉ କରିଥିଲେ। ଚିକିତ୍ସାଳୟରେ ଥିବା ଡ଼ାକ୍ତରଙ୍କୁ ତହସିଲଦାର କ୍ଲିନିକ ଏଷ୍ଟାବ୍ଲିଶମେଣ୍ଟ ସାର୍ଟିଫିକେଟ ମାଗିବାରୁ ଏନେଇ ଆବେଦନ କରାଯାଇଛି ବୋଲି ସେ କହିଥିଲେ। ପରେ ତହସିଲଦାର ଉକ୍ତ ବେଆଇନ ଚିକିତ୍ସାଳୟକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଗୋଳନ୍ଥରା ଚଟିସ୍ଥିତ କାମରାଜୁ ଚିକିତ୍ସାଳୟରେ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। କାମରାଜୁଙ୍କ ପୁଅ ଜଣେ ରୋଗୀଙ୍କୁ ଇଞ୍ଜେକସନ ଦେଉଥିବା ଟିମ୍‌ ସଦସ୍ୟ ଦେଖିଥିଲେ। କାଗଜପତ୍ର ମାଗିବାରୁ ସେ ଆର୍‌ଏମ୍‌ପି ସାର୍ଟିଫିକେଟ ଦେଖାଇଥିଲେ। ତହସିଲଦାର ସାହୁ କ୍ଲିନିକ୍‌ ଏଷ୍ଟାବ୍ଲିଶମେଣ୍ଟ ସାର୍ଟିଫିକେଟ ମାଗିବାରୁ ସେ ଦେଖାଇପାରିନଥିଲେ। ତୁରନ୍ତ ଏହାକୁ ବନ୍ଦ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ୪ ଦିନ ମଧ୍ୟରେ ସାର୍ଟିଫିକେଟ ଓ ଅନ୍ୟ କାଗଜପତ୍ର ପ୍ରଶାସନ ନିକଟରେ ଦାଖଲ କରିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri