୨ ବ୍ରାଉନସୁଗାର ବ୍ୟବସାୟୀ ଗିରଫ

ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁର ସହରରେ ଅନେକ ଯୁବକ ବ୍ରାଉନସୁଗାର ସେବନ କରୁଛନ୍ତି। ଏହି ସହରର ବିଭିନ୍ନ ମଠ, ମନ୍ଦିର ଓ ନଦୀପଠା ଆଦି ନିଛାଟିଆ ସ୍ଥାନରୁ ଆରମ୍ଭ କରି ଜନଗହଳିପୂର୍ଣ୍ଣ ମାର୍କେଟ ଓ ବସଷ୍ଟାଣ୍ଡରେ ମଧ୍ୟ ଯୁବପିଢ଼ି ବ୍ରାଉନସୁଗାର ସେବନ କରୁଥିବା ଜଣାପଡିଛି। ଯାଜପୁର ଥାନା ଅଞ୍ଚଳରେ ବ୍ରାଉନସୁଗାର କାରବାର ବହୁଳ ମାତ୍ରାରେ ବୃଦ୍ଧି ପାଇଥିବା ନେଇ ଗଣମାଧ୍ୟମଗୁଡିକରେ ବାରମ୍ବାର ଖବର ପ୍ରକାଶ ପାଇବା ପରେ ପୋଲିସ ତପତ୍ର ହୋଇଉଠିଛି। ଏସ୍‌ପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶକ୍ରମେ ଥାନାଧିକାରୀ ଆଶିଷ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ପୋଲିସ ମଙ୍ଗଳବାର ସ୍ଥାନୀୟ କିଆନାଳୀକୂଳ ମାର୍କେଟ ନିକଟସ୍ଥ ଡକ୍‌ ଉପରୁ ୨ଜଣ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଗିରଫ ଦ୍ୱୟ ହେଲେ ପୌରାଞ୍ଚଳର ରାଉତରାପୁର ଗ୍ରାମର ଶୁଭ୍ରାଂଶୁ ଶେଖର ରାଉତ(୨୮) ଏବଂ ବିଞ୍ଝାରପୁର ଥାନା ଭୋଲାମହଲା ଗ୍ରାମର ଅସରଫ ଅଲ୍ଲୀ ଖାଁ(୪୮)। ଏମାନଙ୍କଠାରୁ ୪୦ ହଜାରରୁ ଅଧିକ ଟଙ୍କା ମୂଲ୍ୟର ୪.୦୩ ଗ୍ରାମର ବ୍ରାଉନସୁଗାର ସହିତ ୨ଟି ମୋବାଇଲ ଫୋନ ଓ ନଗଦ ୧୨୦୦ ଟଙ୍କା ପୋଲିସ ଜବତ କରିଛି। ଅଭିଯୁକ୍ତ ଦ୍ୱୟ ନିଜକୁ ବ୍ୟବସାୟୀ ନୁହେଁ ବରଂ ନିଶା ସେବନକାରୀ ବୋଲି କହୁଥିବାବେଳେ ପୋଲିସ କିନ୍ତୁ ଉଭୟ ନିଶା କାରବାରରେ ସମ୍ପୃକ୍ତ ଥିବା ଦାବି କରିଛି। ଏ ନେଇ ପୋଲିସ ଖୋଳତାଡ କରୁଛି ବୋଲି ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ରବୀନ୍ଦ୍ର କୁମାର ଜେନା ସୂଚନା ଦେଇଛନ୍ତି। ଏହି ବେପାରୀଙ୍କ ବିରୋଧରେ ଏକ ମାମଲା (ନଂ.୨୫୯/୧୯) ରୁଜୁ କରାଯାଇ ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?