୨ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କା

ପୁରୀ ଅଫିସ,୨୬ା୩: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଟଙ୍କା। ଗୁରୁବାର ଟେଣ୍ଡର ମାଧ୍ୟମରେ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦାକୁ ଚୟନ କରାଯାଇଛି। ବର୍ଷିକିଆ ୬.୨୬ ପ୍ରତିଶତ ସୁଧ ହାରରେ ଏହି ଦୁଇଟି ବ୍ୟାଙ୍କ ୨୮୭ କୋଟି ଟଙ୍କାକୁ ସମାନ ଭାବେ ବାଣ୍ଟି ରଖାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି।

ମହାପ୍ରଭୁଙ୍କ ଟଙ୍କା ଜମା ରଖିବାକୁ ନେଇ ସାନି ଟେଣ୍ଡର ହୋଇଥିଲା । ଏଥିରେ ଭାଗ ନେବା ଲାଗି ୧୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ଚିଠି ମାଧ୍ୟମରେ ଅବଗତ କରାଯାଇଥିଲା । ଗୁରୁବାର ପୂର୍ବାହ୍ନ ୧୧ଟା ସମୟ ଅବଧି ରହିଥିବା ବେଳେ ୧୦ଟି ବ୍ୟାଙ୍କ ଏଥିରେ ଭାଗ ନେଇଥିଲେ । ସର୍ବାଧିକ ୬.୨୬ ପ୍ରତିଶତ ସୁଧ ଦେବା ପାଇଁ ଉପରୋକ୍ତ ଦୁଇ ବ୍ୟାଙ୍କ ଟେଣ୍ଡର ପକାଇଥିଲେ । ତେଣୁ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କାକୁ ସମାନ ଭାବେ ଦୁଇ ବ୍ୟାଙ୍କରେ ରଖାଯିବ ବୋଲି ନିଷ୍ପତ୍ତି ହୋଇଛି ।

ସୂଚନାଥାଉ କି, ୟେସ୍‌ ବ୍ୟାଙ୍କରୁ ଗତ ୧୯ ତାରିଖରେ ୩୮୯ କୋଟି ଟଙ୍କା ଆସିଥିଲା। ଏଥିରୁ ଫାଉଣ୍ଡେଶନ ଫଣ୍ଡ ୧୦୨ କୋଟି ଟଙ୍କା ଏସ୍ବିଆଇରେ ରଖାଯାଇଥିବା ବେଳେ କର୍ପସ ଫଣ୍ଡ ଓ ଟେମ୍ପୁଲ ଫଣ୍ଡ ୨୮୭ କୋଟି ଟଙ୍କା ପାଇଁ ଏହି ଟେଣ୍ଡର ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri