୨ ମନ୍ଦିରରୁ ୩ ଲକ୍ଷ ଟଙ୍କାର ଗହଣା ଚୋରି: ଅନ୍ଧାରୀ ମଙ୍ଗଳା, ତାରିଣୀଙ୍କ ଅଳଙ୍କାର ନେଇଗଲେ

ବାଲେଶ୍ୱର ଅଫିସ,୩୦।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଶୋଭାରାମପୁର ଓ ବାଲିଆ ଅଞ୍ଚଳର ୨ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୩ ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସହଦେବଖୁଣ୍ଟା ଥାନା ପୋଲିସ ସହ ଡିଏସ୍‌ପି ଉମେଶ ଚନ୍ଦ୍ର ପଣ୍ଡା ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଚୋରି ଗହଣା ସମ୍ପର୍କରେ କୌଣସି ଟେର ପାଇପାରିନାହାନ୍ତି।

ଶୋଭାରାମପୁରସ୍ଥିତ ଅନ୍ଧାରୀ ମଙ୍ଗଳା ମନ୍ଦିରରେ ଚୋରମାନେ ପଶି ମା’ଙ୍କ ମୁକୁଟ, ହାର, ଚିତା ସହ ଭକ୍ତଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସମସ୍ତ ସୁନା ଓ ରୁପା ଅଳଙ୍କାରକୁ ଚୋରାଇ ନେଇଛନ୍ତି। ସେହିପରି ବାଲିଆସ୍ଥିତ ତାରିଣୀ ମନ୍ଦିରରେ ଚୋରମାନେ ଲକ୍ଷାଧିକ ଟଙ୍କାର ଗହଣା ଚୋରି କରି ନେଇଥିବାର ଅଭିଯୋଗ ହୋଇଛି। ଏନେଇ ପୋଲିସ ସହଦେବଖୁଣ୍ଟା ଥାନାରେ ମାମଲା (ନଂ.୨୧୦/୧୯ ଏବଂ ୨୧୧/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ସହିତ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତରେ ସହାୟତା କରିଛନ୍ତି। ଏଥିସହିତ ଚୋରମାନେ ଶୋଭାରାମପୁରରେ ଥିବା ଅନ୍ୟ ଏକ ଶ୍ରୀକୃଷ୍ଣ ମନ୍ଦିରକୁ ଚୋରି କରିବାକୁ ଉଦ୍ୟମ କରୁଥିବା ବେଳେ ଲୋକମାନେ ଉଠିପଡିବାରୁ ସେମାନେ ପଳାଇଥିବା ପୋଲିସ କହିଛି। ତେବେ ଖୁବ୍‌ଶୀଘ୍ର ଚୋରଙ୍କୁ ଗିରଫ କରାଯିବ ବୋଲି ଡିଏସ୍‌ପି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri