୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍‌ସିଂହପୁର ଜିଲାରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ବେଳେ ଗୁରୁବାର କଟକ ଜିଲା ସାଲେପୁରର ଜନୈକ ଦୋଷୀଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରାଯାଇଛି।
୨୦୧୮ ଏପ୍ରିଲ ୨୧ରେ ସାଲେପୁର ଅଞ୍ଚଳରେ ଜନୈକା ନାବାଳିକା ଭାଇ ସହ ଖେଳୁଥିବା ବେଳେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ୍‌ ତାଙ୍କୁ ଉଠାଇ ନେଇଥିଲେ। ଚକୋଲେଟ୍‌ ବାହାନାରେ ମହମ୍ମଦ ତାଙ୍କୁ ବଳାତ୍କାର କରିବା ପରେ ମୁଣ୍ଡକୁ ଇଟାରେ ଛେଚି ଦେଇଥିଲେ। ଗୁରୁତର ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ନାବାଳିକାଙ୍କର ମୃତ୍ୟୁ ଘଟିଥିଲା। ଘଟଣାର ୧୯ ଦିନ ପରେ ପୋଲିସ ଚାର୍ଜଶିଟ ଦାଖଲ କରିଥିଲା। ଗୁରୁବାର ତାଙ୍କୁ ଫାଶୀଦଣ୍ଡରେ ଦଣ୍ଡିତ କରାଯାଇଛି।
ପୋକ୍ସୋ ଆଇନ ଆଧାରରେ ପ୍ରଥମେ ଗତ ଜୁଲାଇ ୨୬ରେ ଅନୁଗୋଳ ଜିଲା କାଙ୍ଗୁଲାରେ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ଅନାମ ଦେହୁରୀଙ୍କୁ ଫାଶୀ ଦଣ୍ଡାଦେଶ ହୋଇଥିଲା। ଜାନୁୟାରୀ ୨୦ରେ ୧୨ ବର୍ଷର ନାବାଳିକା ବାପାଙ୍କ ପାଇଁ ଖାଇବାକୁ ନେଇ ଯାଉଥିବା ବେଳେ ଅଭିଯୁକ୍ତ ଅନାମ ତାଙ୍କୁ ରାସ୍ତାରୁ ଉଠାଇ ନେଇ ବଳାତ୍କାର କରିବା ପରେ ପଥରରେ ଛେଚି ହତ୍ୟା କରିଥିଲେ ଏବଂ ତାଙ୍କୁ ନାଳରେ ଫିଙ୍ଗି ଦେଇଥିଲେ।
ଅଗଷ୍ଟ ୨୮ରେ ମୟୂରଭଞ୍ଜ ଜିଲାର ଯାମିନୀକାନ୍ତଙ୍କୁ ଦ୍ୱିତୀୟ ଫାଶୀ ଦଣ୍ଡାଦେଶ ହୋଇଥିଲା। ୨୦୧୮ ଜୁନ୍‌ ୧୪ରେ ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଞ୍ଚଳରେ ଅଭିଯୁକ୍ତ ଯାମିନୀକାନ୍ତ ୮ ବର୍ଷର ନାବାଳିକାଙ୍କୁ ସାଇକେଲ ଚଲାଇବା ଶିଖାଇବା ବାହାନାରେ ନିକଟସ୍ଥ ଜଙ୍ଗଲକୁ ଡାକିନେଇ ସେଠାରେ ବଳାତ୍କାର କରିଥିଲେ। ପରେ ନାବାଳିକାଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିଲେ। ଜୁନ୍‌ ୧୫ରେ ଏ ନେଇ ମାମଲା ରୁଜୁ ହେବା ପରେ ପୋଲିସ ଯାମିନୀକାନ୍ତଙ୍କୁ ଗିରଫ କରିଥିଲା। ୨୭ଜଣଙ୍କ ସାକ୍ଷ୍ୟ ପ୍ରମାଣ ଆଧାରରେ ପୋକ୍ସୋ କୋର୍ଟ ତାଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ।
ଚଳିତ ମାସ ୧୦ ତାରିଖରେ ୩ୟ ଫାଶୀ ଦଣ୍ଡାଦେଶ ହୋଇଥିଲା। ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଏଡିଜେ କୋର୍ଟ ପୋକ୍ସୋ ଆଇନ ଆଧାରରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ। ୨୦୧୮ ମାର୍ଚ୍ଚ ୨୧ରେ ନାବାଳିକା ଦାଣ୍ଡରେ ଖେଳୁଥିବା ବେଳେ ଅଭିଯୁକ୍ତ ଜଣଙ୍କ ତାଙ୍କୁ ଉଠାଇ ନେଇ କାଜୁ ଜଙ୍ଗଲରେ ବଳାତ୍କାର କରିବା ପରେ ହତ୍ୟା କରିଥିଲେ। ଏହି ଘଟଣାରେ କୋର୍ଟ ଲବ ମାନା ଓରଫ କାଳିଆଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri