୨ ମାସ ହେବ ନୂତନ ଟ୍ରାନ୍ସଫର୍ମର ଲାଗୁନି: ପ୍ରତିବାଦରେ ବଇଣ୍ଡା ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୨୭।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ସେରେଣ୍ଡା ଓ କୋଡ଼ାସାହିରେ ଲାଗିଥିବା ୨ଟି ୧୦ କେଭି ଟ୍ରାନ୍ସଫର୍ମର ୨ ମାସ ହେବ ପୋଡ଼ିଯାଇଛି। ନୂତନ ଟ୍ରାନ୍ସଫର୍ମର ଲଗାଇବା ପାଇଁ ଗ୍ରାମବାସୀ ବହୁବାର ସେସୁ କାର୍ଯ୍ୟାଳୟଠାରେ ଅଭିଯୋଗ କଲେ ମଧ୍ୟ ଲଗାଯାଉ ନ ଥିବା ଯୋଗୁ ଅସନ୍ତୋଷ ଦେଖାଦେଇଛି। ଏହାର ପ୍ରତିବାଦରେ ଗୁରୁବାର ସେରେଣ୍ଡା ଗ୍ରାମବାସୀ ବଇଣ୍ଡା ସେସୁ ଏସଡ଼ିଓ କାର୍ଯ୍ୟାଳୟ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଅପରପକ୍ଷେ ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତ ଯୋଗୁ ସେଠାରେ ଉତ୍ତେଜନା ଦେଖାଦେଇଥିଲା।
ଗ୍ରାମବାସୀ କହିଛନ୍ତି, ସେରେଣ୍ଡା ଓ କୋଡାସାହିକୁ ବିଦ୍ୟୁତ୍‌ ଯୋଗାଣ ପାଇଁ ସରକାରଙ୍କ ବିଜୁ ଜ୍ୟୋତି ଯୋଜନାରେ ୧୦ କେଭିର ୨ଟି ଟ୍ରାନ୍ସଫର୍ମର ଲଗାଯାଇଥିଲା। ହେଲେ ଏପ୍ରିଲରେ ବଜ୍ରପାତ ଯୋଗୁ ୨ଟି ଟ୍ରାନ୍ସଫର୍ମର ପୋଡ଼ିଯାଇଛି। ଏହି ୨ ଗ୍ରାମରେ ୮୦ରୁ ଊର୍ଦ୍ଧ୍ୱ ଉପଭୋକ୍ତା ଥିବାବେଳେ ଏବେ ଅନ୍ଧାରରେ ଦିନ କାଟୁଛନ୍ତି। ଅସହ୍ୟ ଗୁଳୁଗୁଳି ସଙ୍ଗକୁ ବିଦ୍ୟୁତ୍‌ କାଟ ଯୋଗୁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧା ସମ୍ମୁଖୀନ ହେଉଛନ୍ତି। ସମସ୍ତେ ବିଦ୍ୟୁତ୍‌ ବିଲ ପଇଠ କରିସାରିଥିଲେ ମଧ୍ୟ ଟ୍ରନ୍ସଫର୍ମର ଲଗାଯାଇ ପାରୁନାହିଁ। ସା ହେଲେ ପାଠପଢା ଠପ ହୋଇଯାଉଛି। ଅନ୍ୟପକ୍ଷରେ ବିଦ୍ୟୁତ୍‌ ବିଭାଗର କର୍ମଚାରୀମାନେ ୧୦ ହଜାର ଟଙ୍କା ଦେଲେ ନୂତନ ଟ୍ରନ୍ସଫର୍ମର ଲଗାଯିବ ବୋଲି କହୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଦୀର୍ଘ ୨ ଘଣ୍ଟା ସେସୁ ଏସଡ଼ିଓ କାର୍ଯ୍ୟାଳୟକୁ ଘେରାଉ କରିଥିବାବେଳେ କୌଣସି ବିଭାଗୀୟ ଅଧିକାରୀଙ୍କ ଦେଖା ନ ମିଳିବାରୁ ଅସନ୍ତୋଷ ଦେଖାଦେଇଥିଲା। ତୁରନ୍ତ ୨ଟି ନୂତନ ଟ୍ରନ୍ସଫର୍ମର ଲଗା ନ ଗଲେ ବଇଣ୍ଡାଠାରେ ୫୫ ନଂ. ଜାତୀୟ ରାଜପଥ ଅବରୋଧ କରି ଆନ୍ଦୋଳନ କରାଯିବ ବୋଲି ଜିଲା ପରିଷଦ ବଂଶୀଧର ସେଠୀ, ମକୁଳ ମାଝୀ, ପଞ୍ଚାନନ ବେହେରା, ସନ୍ତୋଷ ଦେହୁରୀ, ଈଶ୍ୱର ବେହେରା, କିରଣବାଳା ପ୍ରଧାନ, ବୁଧେଇ ସାହୁ, ଅମିତା ଦେହୁରୀ, ନମିତା ପାତ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ବାମୁର ସେସୁ କନିଷ୍ଠ ଯନ୍ତ୍ରୀ ଉମାକାନ୍ତ ବେହେରା କହିଛନ୍ତି, ବିଭାଗ ପକ୍ଷରୁ ତୁରନ୍ତ ଦୃଷ୍ଟି ଦିଆଯାଇ ସୋମବାର ମଧ୍ୟରେ ୨ଟି ନୂତନ ଟ୍ରାନ୍ସଫର୍ମର ଲଗାଇବାକୁ ଉଦ୍ୟମ କରାଯାଉଛି। ବଇଣ୍ଡା ସେସୁ ଏସ୍‌ଡିଓ ମୋହନ ନାୟକଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇପାରି ନ ଥିଲା।(ଫଟୋ-)


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri