୨ ମୋଟରସାଇକେଲ ଲୁଟ୍‌, ଥାନାରେ ଅଭିଯୋଗ

ବାହାନଗା, ୪ା୧୦(ଡି.ଏନ.ଏ.)-୧୬ ନମ୍ବର ଜାତୀୟ ରାଜପଥ ଉପରୁ ପୃଥକ ସ୍ଥାନରୁ ଦୁଇ ଯୁବକଙ୍କଠାରୁ ୨ ମୋଟରସାଇକେଲ ଲୁଟ୍‌ ହେବା ଘଟଣା ସାଧାରଣରେ ଭୟର ବାତାବରଣ ସୃଷ୍ଟି କରିଛି। ଏକ ପ୍ରାଣୀ ଖାଦ୍ୟ କମ୍ପାନୀର କର୍ମଚାରୀ ଅଜିତ କୁମାର ମହନ୍ତ ନିଜ ମୋଟରସାଇକେଲ ଯୋଗେ ବାଲେଶ୍ୱରସ୍ଥିତ ନିଜ କମ୍ପାନୀକୁ ଯାଉଥିଲେ। ପଣପଣାଠାରେ ତାଙ୍କ ଆଗରେ ଏକ ମୋଟରସାଇକେଲ ହଠାତ୍‌ ଆସି ଅଟକିଯିବାରୁ ସେ ନିୟନ୍ତ୍ରଣ ହରାଇ ତଳେ ପଡିଯାଇଥିଲେ। ଏହି ସମୟରେ ଲୁଟେରାମାନେ ତାଙ୍କ ମୋଟର ସାଇକେଲ(ନଂ.ଓଡି୦୯-ଇ-୮୭୩୩)କୁ ଲୁଟ୍‌ କରିନେବା ସହିତ ତାଙ୍କ ମୋବାଇଲ ଫୋନକୁ ମଧ୍ୟ ଲୁଟି ନେଇଛନ୍ତି। ଏନେଇ ସେ ଖନ୍ତାପଡା ଥାନାରେ ଅଭିଯୋଗ କରିବା ପରେ ଥାନାରେ ଏକ ମାମଲା (ନଂ.୩୧୧/୧୯) ରୁଜୁ ହୋଇଛି। ସେହିପରି ଗୁରୁବାର ରାତି ପ୍ରାୟ ସାଢେ ୯ଟା ବେଳେ ଲଲାଟେନ୍ଦୁ ପଣ୍ଡା(୩୪) ବାଲେଶ୍ୱରରୁ ୧୬ ନମ୍ବର ଜାତୀୟ ରାଜପଥ ଦେଇ ନିଜ ଗ୍ରାମ ସୋର ଆସୁଥିବାବେଳେ ତାଙ୍କ ମୋଟରସାଇକେଲ(ନଂ.ଓଡି ୦୧ଏଲ-୯୦୮୮)କୁ ଦୁର୍ବୃତ୍ତମାନେ ଲୁଟି ନେଇଥିଲେ। ଏନେଇ ସେ ଥାନାରେ ଅଭିଯୋଗ କରିବା ପରେ ଖନ୍ତାପଡା ଥାନାରେ ଏକ ମାମଲା (ନଂ.୩୧୦/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri