୨ ଯୁବକଙ୍କୁ ଆଜୀବନ କାରାଦଣ୍ଡାଦେଶ

ରାଇରଙ୍ଗପୁର, ୨୨।୧୨(ଡି.ଏନ.ଏ.)- ପଡ଼ୋଶୀ ଝାଡଖଣ୍ଡ ରାଜ୍ୟ ଜାମସେଦପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ହତ୍ୟା କରାଯିବା ମାମଲାର ବିଚାର କରି ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ୨ ଅଭିଯୁକ୍ତ ଯୁବକଙ୍କୁ ଶନିବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଅଭିଯୁକ୍ତ ଦ୍ୱୟ ହେଲେ ଜାମସେଦପୁର ଟେଲ୍‌କୋ ଥାନା ଅଞ୍ଚଳର ମୃତା ଯୁବତୀ କମଲ ମିଶ୍ରାଙ୍କ ପ୍ରେମିକ କୁହାଯାଉଥିବା ମିଥଲେଶ କୁମାର ଏବଂ ତାଙ୍କ ସହଯୋଗୀ ପରମଜିତ୍‌ ପ୍ରସାଦ । ଦୁଇ ଅଭିଯୁକ୍ତ ହତ୍ୟାକାରୀଙ୍କୁ ମଧ୍ୟ ୨୦ ହଜାର ଟଙ୍କା ଲୋଖାଏ ଜରିମାନା କରାଯାଇଛି। ଜରିମାନା ଅନାଦେୟ ୬ ମାସ କାରାଦଣ୍ଡାଦେଶ ଭୋଗିବାକୁ ମାଜିଷ୍ଟ୍ରେଟ୍‌ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖନୀୟ ଯେ, ଜାମସେଦପୁର ଅଞ୍ଚଳର ମିଥଲେଶ ଓ ପରମଜିତ୍‌ କମଲଙ୍କୁ ହତ୍ୟା କରି ତାଙ୍କ ମୃତଦେହକୁ ଏକ କାର୍‌ରେ ଆଣି ଝାଡଖଣ୍ଡ ସୀମାବର୍ତ୍ତୀ ମୟୂରଭଞ୍ଜ ଜିଲା ତିରିଙ୍ଗ ଥାନା ଅନ୍ତର୍ଗତ ଯାମବଣୀ ଗ୍ରାମ ପାର୍ଶ୍ୱ ଏକ ଘଞ୍ଚ ଜଙ୍ଗଲରେ ଫିଙ୍ଗି ଫେରାର୍‌ ହୋଇ ଯାଇଥିଲେ। ତିରିଙ୍ଗ ଥାନା ପୋଲିସ୍‌ ଏ ନେଇ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ କରିବା ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri