୨ ଶିକ୍ଷକଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଠାକୁରମୁଣ୍ଡା,୨୮ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ଦୁବପାଳ ସରକାରୀ ଉଚ୍ଚ ବିଦ୍ୟାଳୟର ୨ ଶିକ୍ଷକଙ୍କୁ ବିଦ୍ୟାଳୟରୁ ତୁରନ୍ତ ବଦଳି କରିବା ଦାବିରେ ଗ୍ରାମବାସୀମାନେ ବିଦ୍ୟାଳୟର ଶ୍ରେଣୀ ଗୃହରେ ତାଲା ପକାଇ ଦେଇଛନ୍ତି। ଏଥିଯୋଗୁଁ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢ଼ିଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳକୁ ଏବିଇଓ ଯାଇ ଗ୍ରାମବାସୀମାନଙ୍କ ସହିତ ଆଲୋଚନା କରିଥିବା ବେଳେ ଶିକ୍ଷକ ବଦଳି ନ ହେବାଯାଏ ତାଲା ଝୁଲି ରହିବ ବୋଲି ସେମାନେ ଜିଦ ଧରି ରହିଛନ୍ତି ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସବିତକାନ୍ତ ସୋରେନ ଏବଂ ସହକାରୀ ଶିକ୍ଷକ ସପନ କୁମାର ମହାନ୍ତ ନିଜ ଇଛା ଅନୁସାରେ ବିଦ୍ୟାଳୟକୁ ଯିବାଆସିବା କରିବା ସହିତ ପିଲାମାନଙ୍କୁ ପାଠ ନ ପଢ଼ାଇ ନିଜ କାର୍ଯ୍ୟରେ ବ୍ୟସ୍ତ ରହି ଅଧିକାଂଶ ସମୟରେ ଅନୁପସ୍ଥିତ ରହୁଛନ୍ତି। ଏଥିନେଇ ଗ୍ରାମବାସୀ ପୂର୍ବରୁ ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ସେମାନେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ଶ୍ରେଣୀ ଗୃହଗୁଡ଼ିକରେ ତାଲା ପକାଇ ଦେଇଥିଲେ। ବ୍ଲକ ଶିକ୍ଷାଅଧିକାରୀ ଛୁଟିରେ ଥିବାରୁ ଅତିରିକ୍ତ ବ୍ଲକ ଶିକ୍ଷାଅଧିକାରୀ ଭାଗୀରଥି ମହାନ୍ତି ଓ କାୟା ମୁର୍ମୁ ଘଟଣାସ୍ଥଳକୁ ଯାଇ ଗ୍ରାମବାସୀମାନଙ୍କ ସହିତ ଆଲୋଚନା କରିଥିଲେ। ଗ୍ରାମବାସୀ ଜିଦ୍‌ରେ ଅଟଳ ରହିବାରୁ ଶିକ୍ଷା ବିଭାଗର ଅଧିକାରୀମାନେ କୌଣସି ନିଷ୍ପତ୍ତି ନେଇ ପାରି ନ ଥିଲେ। ବିଇଓ ଛୁଟିରେ ଥିବାରୁ ଏହାର ସମାଧାନ ହୋଇ ପାରି ନାହିଁ ବୋଲି ଏବିଇଓ ପ୍ରକାଶ କରିଛନ୍ତି । ତେବେ ଶ୍ରେଣୀ ଗୃହଗୁଡିକରେ ତାଲା ପଡ଼ିବା ଯୋଗୁଁ ଛାତ୍ରୀଛାତ୍ରମାନଙ୍କର ପାଠ ପଢାରେ ଅସୁବିଧା ସୃଷ୍ଟି ହୋଇଛି। ଏହି ବିଦ୍ୟାଳୟରେ ମୋ


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri