Posted inରାଜ୍ୟ

୨ ସମ୍ପ୍ରଦାୟର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪୮ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ

କେନ୍ଦ୍ରାପଡା ଅଫିସ, ୬ା୬: ସାମାଜିକ ଗଣମାଧ୍ୟମରେ ଉତ୍ତେଜନାମୂଳକ ଖବର ପ୍ରସାରଣ ରୋକିବା ପାଇଁ କେନ୍ଦ୍ରାପଡ଼ା ସହର ଓ ଏହାର ଆଖାପାଖ ଅଞ୍ଚଳରେ ୪୮ ଘଣ୍ଟା ଅର୍ଥାତ୍‌ ୨ ଦିନ ପାଇଁ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଗୃହ ବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲାଙ୍କ ନିର୍ଦ୍ଦେଶନାମା (୧୪୦୩/ସି) ଅନୁଯାୟୀ ବୁଧବାର ପୂର୍ବାହ୍ନ ୧୧ଟା ୩୦ରୁ ଏହି କଟକଣା ଲାଗୁ ହୋଇଛି। ଦୁଇଦିନ ପୂର୍ବେ ଦୁଇ ଭିନ୍ନ ସମ୍ପ୍ରଦାୟର ଯୁବକଙ୍କ ମଧ୍ୟରେ ହୋଇଥିବା ଗଣ୍ଡଗୋଳକୁ ନେଇ ଚାଲିଥିବା ଉତ୍ତେଜନା ନେଇ ଟୁଇଟର, ହ୍ବାଟସଆପ୍‌, ଫେସ୍‌ବୁକ୍‌ ଆଦିରେ କେତେକ ଆପତ୍ତିଜନକ ଖବର ପରିବେଷଣ ହେଉଛି। ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି ବୋଲି ଉକ୍ତ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ସେପଟେ ଘଟଣାର ସମାଧାନ ପାଇଁ ସନ୍ଧ୍ୟାରେ ଏସ୍‌ପି ନୀତିଶେଖର ଉଭୟ ସମ୍ପ୍ରଦାୟର ମୁରବିମାନଙ୍କୁ ଶାନ୍ତିକମିଟି ବୈଠକକୁ ଡାକିଥିଲେ। ମାତ୍ର ଅପରାହ୍ନରୁ ଝଡ଼ବର୍ଷା ଆରମ୍ଭ ହୋଇଯିବାରୁ ଅନେକେ ବୈଠକରେ ଯୋଗଦେଇପାରି ନ ଥିଲେ। ଫଳରେ ଏହାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି।ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ ସହରର ବଡ଼ହାଟଠାରେ ଦୁଇ ସମ୍ପ୍ରଦାୟର ଯୁବକ ହାତାହାତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଯୁବକ ଗୁରୁତର ହୋଇ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ବାପା କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାକୁ ନେଇ ଆହତ ଯୁବକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ ଅଭିଯୁକ୍ତଙ୍କୁ ଗିରଫ ନ କରିବାରୁ ଆହତ ଯୁବକଙ୍କ ୫୦ରୁ ଊର୍ଦ୍ଧ୍ୱ ସମର୍ଥକ ମଙ୍ଗଳବାର ସନ୍ଧ୍ୟାରେ ଟାଉନ ଥାନା ଘେରାଉ କରିଥିଲେ। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଜିଲା ଓ ପୋଲିସ ପ୍ରଶାସନ ପ୍ରତିଶ୍ରୁତି ଦେବା ପରେ ସେମାନେ ସହର ମଧ୍ୟରେ ଶୋଭାଯାତ୍ରା କରି ଫେରିଥିଲେ। ତେବେ ସହର ମଧ୍ୟରେ ଶୋଭାଯାତ୍ରା କରିବା କାରଣରୁ ଅପର ଗୋଷ୍ଠୀର ଲୋକମାନେ ଏହାର ବିରୋଧ କରିଥିଲେ। ଯାହାକୁ ନେଇ ସହର ମଧ୍ୟରେ ପୁଣି ଉତ୍ତେଜନା ସୃଷ୍ଟି ହୋଇଥିଲା। ବୁଧବାର ଇଦ୍‌ ପର୍ବ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଥିବା ବେଳେ ପୂର୍ବ ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଲାଗିରହିଛି। ଏଥିପାଇଁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାଥାଉ କି, ଗତ ଜାନୁୟାରୀ ୨୩ ତାରିଖରେ ସୁଭାଷ ବୋଷ ଜୟନ୍ତୀ ପାଳନକୁ ନେଇ ଦୁଇ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଯାହାଫଳରେ ୨୪ ତାରିଖରୁ ସହର ମଧ୍ୟରେ କର୍ଫ୍ୟୁ ଜାରି କରାଯିବା ସହ ଇଣ୍ଟରନେଟ୍‌ ସେବା ବନ୍ଦ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?