Posted inରାଜ୍ୟ

୨ ସମ୍ପ୍ରଦାୟର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪୮ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ

କେନ୍ଦ୍ରାପଡା ଅଫିସ, ୬ା୬: ସାମାଜିକ ଗଣମାଧ୍ୟମରେ ଉତ୍ତେଜନାମୂଳକ ଖବର ପ୍ରସାରଣ ରୋକିବା ପାଇଁ କେନ୍ଦ୍ରାପଡ଼ା ସହର ଓ ଏହାର ଆଖାପାଖ ଅଞ୍ଚଳରେ ୪୮ ଘଣ୍ଟା ଅର୍ଥାତ୍‌ ୨ ଦିନ ପାଇଁ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଗୃହ ବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲାଙ୍କ ନିର୍ଦ୍ଦେଶନାମା (୧୪୦୩/ସି) ଅନୁଯାୟୀ ବୁଧବାର ପୂର୍ବାହ୍ନ ୧୧ଟା ୩୦ରୁ ଏହି କଟକଣା ଲାଗୁ ହୋଇଛି। ଦୁଇଦିନ ପୂର୍ବେ ଦୁଇ ଭିନ୍ନ ସମ୍ପ୍ରଦାୟର ଯୁବକଙ୍କ ମଧ୍ୟରେ ହୋଇଥିବା ଗଣ୍ଡଗୋଳକୁ ନେଇ ଚାଲିଥିବା ଉତ୍ତେଜନା ନେଇ ଟୁଇଟର, ହ୍ବାଟସଆପ୍‌, ଫେସ୍‌ବୁକ୍‌ ଆଦିରେ କେତେକ ଆପତ୍ତିଜନକ ଖବର ପରିବେଷଣ ହେଉଛି। ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି ବୋଲି ଉକ୍ତ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ସେପଟେ ଘଟଣାର ସମାଧାନ ପାଇଁ ସନ୍ଧ୍ୟାରେ ଏସ୍‌ପି ନୀତିଶେଖର ଉଭୟ ସମ୍ପ୍ରଦାୟର ମୁରବିମାନଙ୍କୁ ଶାନ୍ତିକମିଟି ବୈଠକକୁ ଡାକିଥିଲେ। ମାତ୍ର ଅପରାହ୍ନରୁ ଝଡ଼ବର୍ଷା ଆରମ୍ଭ ହୋଇଯିବାରୁ ଅନେକେ ବୈଠକରେ ଯୋଗଦେଇପାରି ନ ଥିଲେ। ଫଳରେ ଏହାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି।ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ ସହରର ବଡ଼ହାଟଠାରେ ଦୁଇ ସମ୍ପ୍ରଦାୟର ଯୁବକ ହାତାହାତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଯୁବକ ଗୁରୁତର ହୋଇ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ବାପା କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାକୁ ନେଇ ଆହତ ଯୁବକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ ଅଭିଯୁକ୍ତଙ୍କୁ ଗିରଫ ନ କରିବାରୁ ଆହତ ଯୁବକଙ୍କ ୫୦ରୁ ଊର୍ଦ୍ଧ୍ୱ ସମର୍ଥକ ମଙ୍ଗଳବାର ସନ୍ଧ୍ୟାରେ ଟାଉନ ଥାନା ଘେରାଉ କରିଥିଲେ। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଜିଲା ଓ ପୋଲିସ ପ୍ରଶାସନ ପ୍ରତିଶ୍ରୁତି ଦେବା ପରେ ସେମାନେ ସହର ମଧ୍ୟରେ ଶୋଭାଯାତ୍ରା କରି ଫେରିଥିଲେ। ତେବେ ସହର ମଧ୍ୟରେ ଶୋଭାଯାତ୍ରା କରିବା କାରଣରୁ ଅପର ଗୋଷ୍ଠୀର ଲୋକମାନେ ଏହାର ବିରୋଧ କରିଥିଲେ। ଯାହାକୁ ନେଇ ସହର ମଧ୍ୟରେ ପୁଣି ଉତ୍ତେଜନା ସୃଷ୍ଟି ହୋଇଥିଲା। ବୁଧବାର ଇଦ୍‌ ପର୍ବ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଥିବା ବେଳେ ପୂର୍ବ ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଲାଗିରହିଛି। ଏଥିପାଇଁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାଥାଉ କି, ଗତ ଜାନୁୟାରୀ ୨୩ ତାରିଖରେ ସୁଭାଷ ବୋଷ ଜୟନ୍ତୀ ପାଳନକୁ ନେଇ ଦୁଇ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଯାହାଫଳରେ ୨୪ ତାରିଖରୁ ସହର ମଧ୍ୟରେ କର୍ଫ୍ୟୁ ଜାରି କରାଯିବା ସହ ଇଣ୍ଟରନେଟ୍‌ ସେବା ବନ୍ଦ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri