୨ ସେବା ସମବାୟ ସମିତିରେ ଖୋଲିଲା ଧାନମଣ୍ଡି: ଚାଷୀଙ୍କୁ ହଇରାଣ ନ କରିବାକୁ ନିର୍ଦ୍ଦେଶ

ବଡମ୍ବା,୧୯।୧୨(ଡି.ଏନ୍‌.ଏ): ବଡମ୍ବା ବ୍ଲକ୍‌ ଅନ୍ତର୍ଗତ ଗୋପପୁର ଓ ବଡମ୍ବା ସେବା ସମବାୟ ସମିତି ଆନୁକୂଲ୍ୟରେ ବୁଧବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବଡମ୍ବା ଓ ଗୋପପୁରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥିଭାବେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇଥିଲେ । ଚାଷୀଙ୍କୁ ନିୟୋଜିତ ମିଲର ଯେପରି ହଇରାଣ ନ କରିବ ସେଥିପ୍ରତି ଧ୍ୟାନ ଦେବାକୁ ମିଶ୍ର ବିଭାଗୀୟ ଅଧିକାରୀ ଓ କର୍ମକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବଡମ୍ବାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ବଡମ୍ବା ସେବା ସମବାୟ ସମିତି ସଭାପତି ମୁରଲୀଧର ମହାପାତ୍ର ପୌରୋହିତ୍ୟ କରିଥିଲେ । ସମ୍ମାନିତ ଅତିଥିଭାବେ ବ୍ଲକ୍‌ ଉପାଧ୍ୟକ୍ଷ ସଦାନନ୍ଦ ସ୍ବାଇଁ, ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ରଘୁପତି ମହାନ୍ତି, ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ବଡମ୍ବା ଶାଖା ପରିଚାଳକ ବ୍ରଜବିହାରୀ ସାହୁ ଓ ସାମାଜିକ କର୍ମୀ ପ୍ରଦୀପ କୁମାର ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ବଡମ୍ବା ସେବା ସମବାୟ ସମିତି ସମ୍ପାଦକ କେଶବ ଚନ୍ଦ୍ର ତରାସିଆ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସମିତି ପୂର୍ବତନ ସଭାପତି ରବୀନ୍ଦ୍ର କିଶୋର ରଣା ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ଗୋପପୁରରେ ଅନୁଷ୍ଠିତ ଧାନମଣ୍ଡି ଉତ୍ସବରେ ଗୋପପୁର ସେବା ସମବାୟ ସମିତି ସଭାପତି ନରସିଂହ ସାହୁ ପୌରୋହିତ୍ୟ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆତ୍ମା ସଭାପତି ସର୍ବେଶ୍ୱର ସ୍ବାଇଁ, ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା ଓ ପ୍ୟାରୀ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଗୋପପୁର ସେବା ସମବାୟ ସମ୍ପାଦକ ସୂର୍ଯ୍ୟମଣି ସାମନ୍ତରାୟଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ଏହାକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri