୨ ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚିଲେ ପ୍ରବାସୀ

ବଲାଙ୍ଗୀର ଅଫିସ, ୧ା୬: ବଲାଙ୍ଗୀର ରେଳଷ୍ଟେଶନ୍‌ରେ ରବିବାର ରାତିରେ ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଥିଲା। ତାମିଲନାଡୁର ତିରପୁରରୁ ରାଉରକେଲା ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ରାତି ୯ଟାରେ ଏଠାରେ ପହଞ୍ଚିଥିଲେ। ଏଥିରେ ବଲାଙ୍ଗୀର ଜିଲାର ୨୭୧, ବରଗଡର ୧୩୨, ସୁବର୍ଣ୍ଣପୁରର ୬୬, ବୌଦ୍ଧର ୮, କଳାହାଣ୍ଡିର ୮୪, ନୂଆପଡାର ୩୫ ଏଭଳି ସମୁଦାୟ ୫୯୬ ଜଣ ଏହି ଷ୍ଟେଶନ୍‌ରେ ଓହ୍ଳାଇଥିଲେ। ମହାରାଷ୍ଟ୍ର ଏଲଟିଇ ଷ୍ଟେଶନ୍‌ରୁ ବାଲେଶ୍ୱର ଯାଉଥିବା ଏହି ଟ୍ରେନ୍‌ରୁ ୪୯ ଜଣ ପ୍ରବାସୀ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀରର ୨୯, କଳାହାଣ୍ଡିର ୧୮ ଓ ନୂଆପଡାର ୨ ଜଣ ଓହ୍ଳାଇଥିଲେ। ଜିଲାପାଳ ଅରିନ୍ଦମ ଡାକୁଆ, ଏସପି ସନ୍ଦୀପ ମାଡକର, ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ବିପିନ ଦୀପ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ। ସମସ୍ତ ପ୍ରବାସୀଙ୍କ ଥର୍ମାଲ ସ୍କାନିଂ କରାଯିବା ପରେ ସମସ୍ତଙ୍କୁ ଷ୍ଟାମ୍ପ ଲାଗାଯାଇଥିଲା । ଏହାପରେ ସମସ୍ତଙ୍କୁ ଖାଦ୍ୟ ଓ ପାନୀୟ ଦେଇ ବସ୍‌ ଯୋଗେ ନିଜ ନିଜ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri