୨ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା, ଜଗନ୍ନାଥପ୍ରସାଦ ଶଟ୍‌ଡାଉନ୍‌

ଜଗନ୍ନାଥପ୍ରସାଦ,୨୫ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଶନିବାର ରାତିରେ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ସଙ୍ଗେ ସଙ୍ଗେ ବ୍ରହ୍ମପୁରସ୍ଥିତ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଜଗନ୍ନାଥପ୍ରସାଦ ପଞ୍ଚାୟତ ଇନ୍ଦ୍ରଗଡ ସାହିକୁ ରବିବାର ସକାଳୁ ଶଟ୍‌ଡାଉନ୍‌ କରାଯାଇଛି।
ସ୍ବାସ୍ଥ୍ୟକର୍ମୀ ଦ୍ୱୟ କିପରି ସଂକ୍ରମିତ ହେଲେ ଜଣାପଡି ନ ଥିଲେ ମଧ୍ୟ ବିଭିନ୍ନ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ରେଜିଷ୍ଟ୍ରେଶନ୍‌ କରୁଥିବା ସୂଚନା ମିଳିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖି ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଛି। ଅନ୍ୟପକ୍ଷରେ ସେମାନେ କାର୍ଯ୍ୟକରୁଥିବା ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନଙ୍କର ମଧ୍ୟ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ଜଗନ୍ନାଥପ୍ରସାଦ ବିଡିଓ ସୁରେଶ ଚନ୍ଦ୍ର ପଣ୍ଡା ଓ ଥାନା ଅଧିକାରୀ ଯୁବରାଜ ସ୍ବାଇଁ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।
ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଶଟ୍‌ଡାଉନ୍‌ କରାଯିବ ବୋଲି ସରପଞ୍ଚ ଦେବୀପ୍ରସାଦ ମହାପାତ୍ର କହିଛନ୍ତି। ଏହି ସମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ସ୍ବାସ୍ଥ୍ୟ ଟିମ୍‌ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚ କରିବେ। ଆବଶ୍ୟକ ପଡିଲେ ଶଟ୍‌ଡାଉନ୍‌ ଅବଧି ବୃଦ୍ଧି କରାଯିବ ବୋଲି ସରପଞ୍ଚ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri