୨ ହାତୀଙ୍କ ମୃତଦେହ ଠାବ: କାଟି ନେଲେ ଦାନ୍ତ ଓ ଶୁଣ୍ଢ

ଯୋଡା/କେନ୍ଦୁଝର,୧୪।୬(ଡି.ଏନ.ଏ.)(ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ସେକ୍ସନ ଅଧିନସ୍ଥ ବୈତରଣୀ ରିଜର୍ଭ ଫରେଷ୍ଟରେ ରବିବାର ଦୁଇଟି ହାତୀଙ୍କ ମୃତଦେହ ଠାବ କରାଯାଇଛି। ମୃତହାତୀଙ୍କ ମଧ୍ୟରେ ଗୋଟିଏ ମାଈ ଓ ଅନ୍ୟଟି ଦନ୍ତାହାତୀ ବୋଲି ଜଣାପଡିଛି। ଖବରପାଇ ଯୋଡା ବନପାଳ ପିଅନ ନାଏକଙ୍କ ସମେତ ବନକର୍ମଚାରୀ ଅପରାହ୍ନରେ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀ ମୃତ୍ୟୁର କାରଣ ଜଣାପଡ଼ି ନ ଥିବାବେଳେ ମୃତ ଦନ୍ତା ହାତୀର ଦାନ୍ତ କାଟି ନିଆଯାଇଛି। ସେହିପରି ମାଈ ହାତୀର ଶୁଣ୍ଢକୁ କାଟି ନିଆଯାଇଥିବା ବନପାଳ କହିଛନ୍ତି। ପ୍ରାଥମିକ ତଦନ୍ତରୁ ହାତୀଦ୍ୱୟଙ୍କୁ ହତ୍ୟା କରାଯାଇଥିବା ବନପାଳ ପିଅନ ସୂଚନା ଦେଇଛନ୍ତି। ସା ହୋଇଯାଇଥିବାରୁ ସୋମବାର ମୃତହାତୀଙ୍କ ବ୍ୟବଚ୍ଛେଦ କରାଯିବ ବୋଲି ଯୋଡା ବନପାଳ ପିଅନ ନାଏକ ସୂଚନା ଦେଇଛନ୍ତି। ଅନ୍ୟପଟେ କେନ୍ଦୁଝର ଏସଟିଏଫ ଅଶୋକ ସାମଲ, କେନ୍ଦୁଝର ଡିଏଫଓ ସନ୍ତୋଷ ଯୋଶୀ, ଚମ୍ପୁଆ ବନପାଳ କାଶିନାଥ ହେମ୍ବ୍ରମ ଅଧିକ ତଦନ୍ତ ପାଇଁ ଘଟଣାସ୍ଥଳ ଅଭିମୁଖେ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri