୩ଦଫା ଦାବିରେ ଜିଲାପାଳଙ୍କୁ ଦାବିପତ୍ର ଦେଲେ

ଭଦ୍ରକ ଅଫିସ, ୮ା୬- ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣା ଦିଆଯାଇଥିଲା। ମୁଖ୍ୟତଃ ୨୦୨୦ ଖରିଫ ଧାନକିଣାରେ ସରକାରୀ ମଣ୍ଡିରେ ଚାଷୀ ଧାନ ବିକ୍ରି କରିଥିଲେ ମଧ୍ୟ ଏଯାବତ ପଇସା ପାଇନାହାନ୍ତି ଏବଂ ବଳକା ଧାନ ଅନ୍‌ଲାଇନରେ ଥାଇ ମଧ୍ୟ ଏପର୍ଯ୍ୟନ୍ତ ବିକ୍ରି ହୋଇନାହିଁ ଓ ସମ୍ପୃକ୍ତ ଧାନବିକ୍ରି ପାଇଁ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଇନାହିଁ। ଫନୀ, ଫାଇଲିନ, ହୁଡ୍‌ହୁଡ୍‌ ଅମ୍ଫନ୍‌ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଠାରୁ ଆରମ୍ଭ କରି ଘରଭଙ୍ଗା କ୍ଷୟକ୍ଷତି ଠିକ୍‌ ଆକଳନ ହୋଇନାହିଁ। ଭଦ୍ରକ ଜିଲା ସଂଯୋଜକ ତ୍ରିଲୋଚନ ପଣ୍ଡାଙ୍କ ନେତୃତ୍ୱରେ ବିଭିନ୍ନ ବ୍ଲକରୁ ଚାଷୀ ନେତା ମାନେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସତ୍ୟନାରାୟଣ ନାୟକ, ସୀତାକାନ୍ତ ସାହୁ, ଲକ୍ଷ୍ମଣ ସାମଲ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ବିବେକାନନ୍ଦ ଜେନା ପ୍ରମୁଖ ଯୋଗ ଦେଇଥିଲେ। ଏନେଇ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?