୩ଦିନରେ ପ୍ରାୟ ୪୦୦କି.ମି.ରୁ ଊର୍ଦ୍ଧ୍ୱ ସାଇକେଲ୍‌ ଚଳାଇ ଗାଁକୁ ପହଞ୍ଚିଲେ ଯୁବକ

ପାଟନା,୩।୪: କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ସମସ୍ତ ରାଜ୍ୟରେ କାମଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକ ଓ ଦିନ ମଜୁରିଆଙ୍କ ପାଇଁ ଏକପ୍ରକାର ସମସ୍ୟା ସୃଷ୍ଟି ହୋଇଛି। ଲୋକଙ୍କ ପାଖରେ ପଇସା ନ ଥିବାରୁ ସେମାନେ ନିଜ ଗାଁକୁ ଫେରିଯିବାକୁ ବାଧ୍ୟ ହେଉଛନ୍ତି। ଏଥିପାଇଁ ଲୋକମାନେ ସାଇକେଲ୍‌, ରିକ୍ସା କିମ୍ବା ଚାଲି ଚାଲି ନିଜ ଘରକୁ ଯାଉଥିବାର ଦୃଶ୍ୟ ନଜର ଆସିଛି। ଇତିମଧ୍ୟରେ ଜଣେ ଯୁବକ ୩ ଦିନରେ ପ୍ରାୟ ୪୦୦କିଲୋମିଟରରୁ ଊର୍ଦ୍ଧ୍ୱ ସାଇକଲେ ଚଳାଇ ଘରକୁ ପହଞ୍ଚିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବିହାରର ଗୋପାଳଗଞ୍ଜରେ ରହୁଥିବା ରାଜକୁମାର ନାମକ ଜଣ ଯୁବକ ରାଞ୍ଚିରେ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି। ଲକ୍‌ଡାଉନ୍‌ ଯୋଗୁ ତାଙ୍କ କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ପାଖରେ ପଇସା ନ ଥିବାରୁ ଏହି ଘଡିସନ୍ଧି ମୁହୂର୍ତ୍ତରେ ନିଜ ଗାଁକୁ ଫେରିଯିବେ ବୋଲି ରାଜକୁମାର ଚିନ୍ତା କରିଥିଲେ। ଏହାପରେ ସେ ସାଇକେଲ୍‌ରେ ଗୋପାଳକୁଞ୍ଜ ଅଭିମୂଖେ ବାହାରି ଯାଇଥିଲେ। ରାସ୍ତାରେ ତାଙ୍କୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥିଲା। କିନ୍ତୁ ସେ ହାର ମାନି ନ ଥିଲେ। ଶେଷରେ ସବୁ ବାଧାବିଘ୍ନକୁ ପଛରେ ପକାଇ ପ୍ରାୟ ୪୦୦କିଲୋମିଟରରୁ ଊର୍ଦ୍ଧ୍ୱ ରାସ୍ତାକୁ ୩ ଦିନରେ ସେ ପୁରା କରିଥିଲେ ଏବଂ ସୁରକ୍ଷିତ ଭାବେ ଘରକୁ ପହଞ୍ଚିଥିଲେ। ତେବେ ବିଭିନ୍ନ ସ୍ଥାନରେ ପୋଲିସ ତାଙ୍କୁ ସହାୟତା କରିଥିଲା। ଖାଦ୍ୟପେୟ ଯୋଗାଇଦେବା ସହ ଗାଁକୁ ପହଞ୍ଚିବା ପାଇଁ ପୋଲିସ ତାଙ୍କୁ ଯଥାସମ୍ଭବ ସାହାଯ୍ୟ କରିଥିଲା ବୋଲି ରାଜକୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri