୩ରେ ଗଣପର୍ବ ନୂଆଁଖାଇ: ଧାର୍ଯ୍ୟ ହେଲା ଲଗ୍ନ, ଇଷ୍ଟଦେବୀ ସମଲେଇଙ୍କୁ ଲଗ୍ନପତ୍ର ଅର୍ପଣ

ସମ୍ବଲପୁର, ୨୫।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଇଷ୍ଟଦେବୀ ସମଲେଇଙ୍କଠାରେ ନୂଆଁଖାଇ ପାଳିତ ହେବ। ସେଦିନ ପୂର୍ବାହ୍ନ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ ବିଶୁଦ୍ଧ ତୁଳା ଲଗ୍ନେ ମୀନ ନବାଂଶେ ଦେବୀଙ୍କଠାରେ ଭୋଗ ଲାଗିବ। ଶନିବାର ସମ୍ବଲପୁର ଝାଡୁଆପଡା ବ୍ରହ୍ମପୁରା ମନ୍ଦିରଠାରେ ପଣ୍ଡିତମାନେ ସର୍ବସମ୍ମତି ମତେ ଏହି ଲଗ୍ନ ସ୍ଥିର କରିଛନ୍ତି। ପରମ୍ପରାନୁସାରେ ଭାଦ୍ରବ କୃଷ୍ଣପକ୍ଷ ନବମୀ ତିଥିରେ ଝୁଲଣ ମଣ୍ଡପ ସମ୍ମୁଖରେ ସହର ତଥା ବିଭିନ୍ନ ଅଞ୍ଚଳର ପଣ୍ଡିତମାନେ ସମବେତ ହୋଇଥିଲେ। ଏହି ଅବସରରେ ବିଷ୍ଣୁ ସହସ୍ରନାମ ପାଠ କରାଯାଇଥିଲା। ବିଶ୍ୱଂ ବିଷ୍ଣୁ ବଶଟ୍‌କାରୋ, ଭୁତ ଭବ ଭବତ ପ୍ରଭୁ…. ମନ୍ତ୍ରରେ ମୁଖରିତ ହେବା ସହ ହରିବୋଲ ଓ ଶଙ୍ଖ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ମନ୍ଦିର ପରିସର। ଏହାପରେ ପଣ୍ଡିତମାନେ ଠାକୁରଙ୍କଠାରୁ ଲଗ୍ନ ଧାର୍ଯ୍ୟ କରିବା ପାଇଁ ଆଜ୍ଞା ମାଗିଥିଲେ। ସମସ୍ତ ପଣ୍ଡିତମାନଙ୍କ ଲଗ୍ନକୁ ଏକତ୍ରିତ କରାଯାଇଥିଲା। ଏହାପରେ ରାଶି, ନକ୍ଷତ୍ରକୁ ଗଣନା କରାଯାଇ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଲଗ୍ନ ବାହାରିଥିଲା। ଲଗ୍ନପତ୍ର ବ୍ରହ୍ମପୁରା ଠାକୁର ଓ ଝୁଲଣ ମଣ୍ଡପରେ ଉପବିଷ୍ଟ ରାଧାକୃଷ୍ଣଠାରେ ଉଚ୍ଚାରଣ କରାଯାଇଥିଲା। ଏହାପରେ ବ୍ରହ୍ମପୁରା ଟ୍ରଷ୍ଟ ବୋର୍ଡ କମିଟି, ପଣ୍ଡିତମାନେ ଶୋଭାଯାତ୍ରା ବାହାରି ସମଲେଶ୍ୱରୀ ମନ୍ଦିରରେ ପହଞ୍ଚତ୍ଥିଲେ। ଦୁଲଦୁଲି ବାଦ୍ୟରେ ଶୋଭାଯାତ୍ରା ପଥ ଦୁଲୁକି ଉଠିଥିଲା। ସେଠାରେ ମନ୍ଦିର ପୂଜକମାନେ ପଣ୍ଡିତମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ ବିଧି ଅନୁସାରେ ବ୍ରହ୍ମପୁରା ମନ୍ଦିର ପୂଜକ ସନ୍ତୋଷ କୁମାର ପଣ୍ଡା ସମଲେଇଙ୍କଠାରେ ଲଗ୍ନପତ୍ର, ନାରୀକେଳ ଓ ପୁଷ୍ପ ପ୍ରଦାନ କରିଥିଲେ। ଟ୍ରଷ୍ଟବୋର୍ଡ ସଭାପତି ସରୋଜ କୁମାର ଦଳପତଙ୍କ ପରିଚାଳନାରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଶ୍ରୀ ଶ୍ରୀ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ସଭାପତି ପଣ୍ଡିତ ଲକ୍ଷ୍ମଣ ବେହେରା, ପଣ୍ଡିତ ଅମରନାଥ ମିଶ୍ର, ପଣ୍ଡିତ ଜିତେନ୍ଦ୍ର କୁମାର ନନ୍ଦ, ପଣ୍ଡିତ ଅମରେନ୍ଦ୍ର ପୂଜାରୀ, ପଣ୍ଡିତ ସୁରେଶଚନ୍ଦ୍ର ଦେବତା, ଶୈଳେନ୍ଦ୍ର ପୂଜାରୀ, ମନବୋଧ ପାଢ଼ୀ, ପଣ୍ଡିତ ଗୋପୀନାଥ ପଣ୍ଡା, ପଣ୍ଡିତ ଶଶାଙ୍କ ଶେଖର ମିଶ୍ର, ଭଗବାନ ବଡପଣ୍ଡା, ପଣ୍ଡିତ ଡ. ସଚ୍ଚିଦାନନ୍ଦ ପ୍ରସାଦ ମିଶ୍ର କରଶର୍ମା ପ୍ରମୁଖ ଯୋଗଦେଇଥିଲେ। ଟ୍ରଷ୍ଟ ବୋର୍ଡ ସଭ୍ୟ ସୁଶାନ୍ତ କୁମାର ପୁରୋହିତ, ଅଭିଷେକ ମିଶ୍ର, ସଞ୍ଜୟ କୁମାର ସାହୁ, ପ୍ରାଣରଞ୍ଜନ ପଣ୍ଡା, ଶୁଭେନ୍ଦୁ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri