ରାଜ୍ୟରେ ୩ହଜାର କରୋନା ଆକ୍ରାନ୍ତ, ୨ହଜାରରୁ ଊର୍ଦ୍ଧ୍ୱ ସୁସ୍ଥ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଥମିବାର ନାଁ ନେଉନି କରୋନା। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଥିବାବେଳେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିଛି। ତେବେ ସଂକ୍ରମଣ ହାରକୁ ଦେଖିଲେ ବଡ଼ ବିପଦ ସାମ୍ନାକୁ ଆସୁଛି। ଓଡ଼ିଶାରେ ମାର୍ଚ୍ଚରେ ପ୍ରଥମ ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାପରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଛୁଇଁବା ପାଇଁ ୬୪ ଦିନ ଲାଗିଥିଲା। ପରବର୍ତ୍ତୀ ସମୟରେ ମାତ୍ର ୧୨ ଦିନରେ ଆଉ ହଜାରେ କରୋନା ପଜିଟିଭ୍‌ ବାହାରିଥିଲେ ଅର୍ଥାତ୍‌ ୭୬ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାରରେ ପହଞ୍ଚତ୍ଥିଲା। କିନ୍ତୁ ଏବେ ଏହି ସଂଖ୍ୟା ତିନିହଜାର ଡେଇଁଛି। ଶେଷ ହଜାରେ ପଜିଟିଭ୍‌ ମାତ୍ର ୮ଦିନରେ ଚିହ୍ନଟ ହୋଇଛନ୍ତି। ହିସାବକୁ ନେଲେ ପ୍ରତିଦିନ ପ୍ରାୟ ୧୦୦ ଉପରେ ପଜିଟିଭ୍‌ଙ୍କ ସଂଖ୍ୟା ବଢୁଛି। ଶେଷ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୪୬ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଫଳରେ ସଂକ୍ରମିତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି।
ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୨୭ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୯ଜଣ ଥିବାବେଳେ ଗଞ୍ଜାମରୁ ୧୮, ଜଗତ୍‌ସିଂହପୁରରୁ ୮, ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ୭ଜଣ ଲେଖାଏ ରହିଛନ୍ତି। ସେହିପରି ଦେବଗଡ଼ରୁ ୫ଜଣ, ନୟାଗଡ଼, ମୟୂରଭଞ୍ଜ, କଳାହାଣ୍ଡିରୁ ୩ଜଣ ଲେଖାଏ, କେନ୍ଦୁଝର, କଟକ, କନ୍ଧମାଳ, କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ ଏବଂ ଯାଜପୁର, ଢେଙ୍କାନାଳ, ମାଲକାନଗିରି ଓ ବଲାଙ୍ଗୀରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ପଶ୍ଚିମବଙ୍ଗରୁ ଫେରିଥିବା ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ୍‌ର ୬୧ଜଣ ଯବାନ କରୋନା ସଂକ୍ରମିତ ହୋଇଛନ୍ତି।
ସେପଟେ ରାଜଧାନୀକୁ ପୁଣି କରୋନା ଫେରିବା ପରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଖୋର୍ଦ୍ଧାରୁ ଚିହ୍ନଟ ୧୯ଜଣଙ୍କ ମଧ୍ୟରୁ ଭୁବନେଶ୍ୱରର ୪ଜଣ ରହିଛନ୍ତି। ବିଏମ୍‌ସି ସୂତ୍ରରୁ ମିଳିଥିବା ସୂଚନାନୁସାରେ, ୪ଜଣ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ। ଚନ୍ଦ୍ରଶେଖରପୁର ଅଞ୍ଚଳରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣକ ୨୮ବର୍ଷୀୟ ଯୁବକ ଏବଂ ସେ ହାଇଦ୍ରାବାଦରୁ ଫେରି ହୋମ୍‌ କ୍ୱାରାଣ୍ଟାଇନରେ ରହିଥିଲେ। ସେହିପରି ଡୁମୁଡୁମା ଅଞ୍ଚଳର ୨୯ବର୍ଷୀୟ ଯୁବକଙ୍କ ଠାରେ କୋଭିଡ୍‌-୧୯ ଭୂତାଣୁ ମିଳିଛି। ସେ ଦିଲ୍ଲୀରୁ ଫେରିଥିବା ସୂଚନା ରହିଛି। ସେହିପରି ପଟିଆ ଅଞ୍ଚଳରୁ ଚିହ୍ନଟ ଦୁଇଜଣ ୩୪ବର୍ଷୀୟ ପୁରୁଷ ଓ ୨୬ବର୍ଷୀୟ ମହିଳା ଗୋଟିଏ ପରିବାରର। ସେମାନେ ଦିଲ୍ଲୀରୁ ଫେରି ହୋମ୍‌ କ୍ୱାରାଣ୍ଟାଇନରେ ରହିଥିଲେ।
ଅନ୍ୟପକ୍ଷରେ ରାଜ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅଧିକରୁ ଅଧିକ ସୁସ୍ଥ ହେବାରେ ଲାଗିଛନ୍ତି। ଫଳରେ ଏବେ ସୁସ୍ଥ ରୋଗୀଙ୍କ ସଂଖ୍ୟା ୨ହଜାର ଟପିଛି। ମଙ୍ଗଳବାର ୧୪୦ଜଣ କରୋନାରୁ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିବାରୁ ଏବେ ଏମାନଙ୍କ ସଂଖ୍ୟା ୨୧୩୩ରେ ପହଞ୍ଚତ୍ଛି। ସୁସ୍ଥ ହୋଇଥିବା ୧୪୦ଜଣଙ୍କ ମଧ୍ୟରୁ କଟକରେ ସର୍ବାଧିକ ୨୪ଜଣ ରହିଛନ୍ତି। ଗଞ୍ଜାମରେ ୨୨, ନୂଆପଡ଼ାରେ ୨୧, ଯାଜପୁର, ଜଗତ୍‌ସିଂହପୁର ଓ ଖୋର୍ଦ୍ଧାରେ ୧୧ଜଣ ଲେଖାଏ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରେ ୮, ବଲାଙ୍ଗୀର ଓ ଭଦ୍ରକରେ ୭ଜଣ ଲେଖାଏ ସୁସ୍ଥ ରୋଗୀ ରହିଛନ୍ତି। ସେହିପରି ଢେଙ୍କାନାଳରୁ ୫ଜଣ ସୁସ୍ଥ ହୋଇଥିବାବେଳେ ବରଗଡ଼, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୩ଜଣ ଲେଖାଏ ଏବଂ ବାଲେଶ୍ୱର ଓ ପୁରୀରୁ ୨ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ ୩୧୪୦ଜଣ ଆକ୍ରାନ୍ତ ହୋଇଥିବାବେଳେ ୨୧୩୩ଜଣ ସୁସ୍ଥ ହୋଇଥିବାରୁ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୯୬କୁ ଖସି ଆସିଛି। ୯ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଥିବା ସରକାରୀ ତଥ୍ୟ କହୁଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri