୩ୟ ସ୍ତ୍ରୀଙ୍କୁ ମାରି ଥାନାରେ ଅଭିଯୁକ୍ତ

ବିଶୋଇ,୧୩ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡ଼ମବେଡା ପଞ୍ଚାୟତର ବାଢୁଣିଆ ଗ୍ରାମ କଲୋନୀ ସାହିରେ ତୃତୀୟ ସ୍ତ୍ରୀଙ୍କୁ ହତ୍ୟା କରି ଜଣେ ବ୍ୟକ୍ତି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଅଭିଯୁକ୍ତ ଗୋରା ମାହାଲି(୫୫)ଙ୍କୁ ଗିରଫ କରିବା ସହ ଏକ ମାମଲା (ନଂ.୧୮/୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ପୋଲିସ ସୂଚନା ଅନୁଯାୟୀ, ବାଢୁଣିଆ ସ୍ଥିତ କଲୋନୀ ସାହିରେ ରହୁଥିବା ଗୋରା ଓ ତାଙ୍କ ତୃତୀୟ ସ୍ତ୍ରୀ ମାଇନ ମାହାଲି (୪୫)ଙ୍କ ମଧ୍ୟରେ ମଙ୍ଗଳବାର ରାତିରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଏକ ଟାଙ୍ଗିଆ ସାହାଯ୍ୟରେ ଗୋରା ଆକ୍ରମଣ କରିବାରୁ ଘଟଣାସ୍ଥଳରେ ମାଇନଙ୍କର ମୃତ୍ୟୁ ଘଟିଥିଲା। ବୁଧବାର ସକାଳେ ଅଭିଯୁକ୍ତ ଗୋରା ବିଶୋଇ ଥାନାରେ ଆତ୍ମସମର୍ପଣ କରିବା ପରେ ଘଟଣା ପଦାକୁ ଆସିଥିଲା। ରାଇରଙ୍ଗପୁର ଏସଡିପିଓ ସ୍ନେହାଶିଷ ସାହୁଙ୍କ ସମେତ ଥାନା ଅଧିକାରିଣୀ କୁନି ବେଶ୍ରା, ଏସଆଇ ଶୁଭେନ୍ଦୁ ଭୂଷଣ ମହାନ୍ତି ପ୍ରମୁଖ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ରାଇରଙ୍ଗପୁର ମେଡିକାଲ ପଠାଯାଇଥିବା ବେଳେ ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଉଲ୍ଲେଖଯୋଗ୍ୟ ଯେ, ଗୋରାଙ୍କ ପ୍ରଥମ ସ୍ତ୍ରୀ ସେହି ଗାଁରେ ରହୁଥିତ୍ବା ବେଳେ ଦ୍ୱିତୀୟ ସ୍ତ୍ରୀ ଘର ଛାଡି କେଉଁଆଡ଼େ ପଳାଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri